ଭୁବନେଶ୍ୱର : ଅଗ୍ନିବୀରଙ୍କୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗ୍ନିବୀରଙ୍କୁ ସଂରକ୍ଷଣ ଦେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଗ୍ନିବୀରଙ୍କୁ ରାଜ୍ୟର ସମସ୍ତ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ ବୟସ କ୍ଷେତ୍ରରେ ମଧ୍ୟ ୫ ବର୍ଷ କୋହଳ କରାଯିବ। ଦିଲ୍ଲୀ ଗସ୍ତ ପୂର୍ବରୁ ବଡ ଘୋଷଣା କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକ ମାନେ ଆମର ଗର୍ବ ଓ ଗୌରବ। ଆମର ଅଗ୍ନିବୀର୍ ମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି। ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଓଡିଶାର ଯେଉଁ ଅଗ୍ନିବୀର୍ ମାନେ ସେନାବାହିନୀରେ ଭର୍ତ୍ତି ହୋଇ ନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ୟ୍ୟନ୍ତ ସଂରକ୍ଷଣ ଦିଆଯିବ।
ଅଗ୍ନିବୀରଙ୍କୁ ୧୦% ସରଂକ୍ଷଣ , ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











