ନୂଆଦିଲ୍ଲୀ : ସାଉଦି ଆରବରେ ଜଳିଗଲା ହଜଯାତ୍ରୀ ବସ୍ । ପୋଲରେ ବାଡେଇ ହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ଆଉ ବସରେ ଲାଗିଗଲା ନଆଁରେ ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ପବିତ୍ର ସ୍ଥାନ ମକ୍କା ଏବଂ ମଦିନାକୁ ଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିଲା ।
ସୂଚନା ମୁତାବକ, ଆଜି ସକାଳୁ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଅତି କମରେ ୨୯ ଜଣ ଆହତ ହୋଇଛନ୍ତି। ୟେମେନ ସୀମାରେ ଥିବା ଦକ୍ଷିଣ-ପଶ୍ଚିମ ଦିଗରେ ଆସିର ପ୍ରଦେଶ ଦେଇ ତୀର୍ଥଯାତ୍ରୀ ବସଟି ଯାଉଥିବା ବେଳେ ବ୍ରେକ୍ ଫେଲ୍ ହେବା ଯୋଗୁ କାର ସହିତ ଧକ୍କା ହୋଇଥିଲା । ପରେ ବସ୍ଟି ପ୍ରଥମେ ଏକ ପୋଲରେ ବାଡେଇ ହୋଇ ରାସ୍ତା କଡକୁ ଓଲଟି ପଡିଥିଲା। ଏହାପରେ ବସରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଯୋଗୁଁ ଯାତ୍ରୀଙ୍କୁ ଉଦ୍ଧାର କରିବା କଷ୍ଟକର ହୋଇଥିଲା। ଫଳରେ ୨୦ ଯାତ୍ରୀ ଜୀବନ୍ତ ଜଳି ଯାଇଥିବା ଜଣାଯାଇଛି। ଘଟଣାରେ ଆହତ ହୋଇଥିବା ୨୯ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।
ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି। ଦମକଳବାହିନୀ ମଧ୍ୟ ବସରେ ଲାଗିଥିବା ନିଆଁକୁ ଆୟତ୍ତ କରିଛି। ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ବିଷୟରେ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ମିଳିନାହିଁ।
ଅଧା ରହିଗଲା ହଜ୍ ଯାତ୍ରା, ତୀର୍ଥଯାତ୍ରୀ ବସ୍ ଜଳି ୨୦ ମୃତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











