The Ultimate Managed Hosting Platform
ADVERTISEMENT

ଅନୁଭବଙ୍କୁ ବିବାହ ବିଚ୍ଛେଦ ଅନୁମତି

Facebook
Twitter
LinkedIn

କଟକ : ସାଂସଦ ଅନୁଭବ ମହାନ୍ତି-ବର୍ଷା ବିବାହ ଉଚ୍ଛେଦ ମାମଲା । ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଲେ ହାଇକୋର୍ଟ । ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟଙ୍କ ନିଦେ୍ର୍ଦଶ । ପରିବାର ଅଦାଲତ ରାୟକୁ ମଧ୍ୟ ହାଇକୋର୍ଟଙ୍କ ଖାରଜ । ପୂର୍ବରୁ ବିଚ୍ଛେଦ ଆବେଦନକୁ ଅଗ୍ରାହ୍ୟ କରିଥିଲେ ପରିବାର ଅଦାଲତ ।
ସୂଚନାଯୋଗ୍ୟ, ବର୍ଷାଙ୍କ ପକ୍ଷରୁ ପତି-ପତ୍ନୀ ହୋଇ ଏକତ୍ର ରହିବା ପାଇଁ ପରିବାର ଅଦାଲତରେ ହୋଇଥିବା ଆବେଦନ ମଧ୍ୟ ଖାରଜ ହୋଇଯାଇଥିଲା। ଗତ ଜୁଲାଇ ୧୩ରେ ଛାଡ଼ପତ୍ର ମାମଲାର ଶୁଣାଣି ୩ମାସ ମଧ୍ୟରେ ଶେଷ କରିବା ପାଇଁ ପରିବାର ଅଦାଲତକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ପରିବାର ଅଦାଲତ ଗତ ସେପ୍ଟେମ୍ବର ୨୨ରେ ରାୟ ଦେଇ ଛାଡପତ୍ର ଆବେଦନକୁ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେ ଛାଡ଼ପତ୍ର ପାଇଁ ଆବେଦନ କରିବା ସହ ଯେଉଁ କାରଣ ଦର୍ଶାଇ କଟକ ପରିବାର ଅଦାଲତ ଏହାକୁ ଖାରଜ କରିଛନ୍ତି, ତାହା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ଅନୁଭବ ଦର୍ଶାଇ ଏହି ମାମଲା ରୁଜୁ କରିଥିଲେ। ଯାହାର ରାୟ ଆଜି ପ୍ରକାଶ କରି ହାଇକୋର୍ଟ ବିବାହ ବିଚ୍ଛେଦକୁ ଅନୁମତି ପ୍ରଦାନ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login