The Ultimate Managed Hosting Platform
ADVERTISEMENT

ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn

ଅଯୋଧ୍ୟା: ଅଯୋଧ୍ୟାରେ ପହଁଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୫ ହଜାର ୭୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ନବନିର୍ମିତ ଅଯୋଧ୍ୟା ବିମାନ ବନ୍ଦରର ଉଦଘାଟନ କରିବେ । ରାଜ୍ୟପାଳ ଆନନ୍ଦିବେନ ପଟେଲ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଉପସ୍ଥିତିରେ ଅଯୋଧ୍ୟା ଧାମ ଷ୍ଟେସନର ଉଦଘାଟନ କରିଛନ୍ତି ମୋଦି । ଅଯୋଧ୍ୟା ଧାମ ଷ୍ଟେସନରେ ସବୁଜ ପତାକା ଦେଖାଇବା ସହ ଗଡିଛି ଅମୃତ ଭାରତ ଟ୍ରେନ ଓ ବନ୍ଦେ ଭାରତ ଟ୍ରେନ । ଏହି ରେଳ ଷ୍ଟେସନରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିଛି । ଏହି ରେଳଷ୍ଟେସନ ସମସ୍ତଙ୍କ ପାଇଁ ଉର୍ଦ୍ଦିଷ୍ଟ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଅଯୋଧ୍ୟା ଧାମ ରେଳ ଷ୍ଟେସନର ଉଦଘାଟନ ପୂର୍ବରୁ ଏକ ବିଶାଳ ରୋଡ ସୋ କରିଥିଲେ ପ୍ରଧାନମନ୍ତ୍ରୀ । ଅଯୋଧ୍ୟାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ରୋଡ ସୋ’ ସମୟରେ ସାଧାରଣ ଲୋକ ମୋଦିଙ୍କ ଉପରେ ପୁଷ୍ପ ବୃଷ୍ଟି କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login