ନୂଆଦିଲ୍ଲୀ : ଆଜିଠାରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଅମରନାଥ ଯାତ୍ରା। ଜମ୍ମୁର ବେସ୍ କ୍ୟାମ୍ପରେ ଏହାର ଶୁଭାରମ୍ଭ କରିଛନ୍ତି ଲେଫଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା। ଆଜି ଭୋରରେ ସେ ପତାକା ଦେଖାଇ ଅମରନାଥ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ୟ୍ୟାୟରେ ୫ ହଜାର ୮୦୦ରୁ ଅଧିକ ଶ୍ରଦ୍ଧାଳୁ ଯାଇଛନ୍ତି । ଆସନ୍ତା ଅଗଷ୍ଟ ୯ ତାରିଖରେ ଶେଷ ହେବ ଏହି ୩୮ ଦିନିଆ ଯାତ୍ରା । ଭକ୍ତଙ୍କ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି । ବିଶେଷ କରି ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭକ୍ତଙ୍କ ସୁରକ୍ଷା ପାଇଁ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି ।
Views: 22