ନୂଆଦିଲ୍ଲୀ : ଆଜିଠୁ ଦିଲ୍ଲୀରେ ରେଖା ସରକାର । ୪ର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା । ଦିଲ୍ଲୀ ରାମଲିଲ୍ଲା ମୈଦାନରେ ହେବ ଶପଥ ଗ୍ରହଣ ଉତ୍ସବ । ତାଙ୍କ ପୂର୍ବରୁ ଆତିଶୀ, ଶୀଲା ଦୀକ୍ଷିତ ଓ ସୁଷମା ସ୍ବରାଜ ଦିଲ୍ଲୀର ମହିଳା ମୁଖ୍ୟମନ୍ତ୍ରୀ ଥିଲେ । ରେଖା ଗୁପ୍ତା ଶାଲିମାରବାଗ ବିଧାନସଭା ଆସନରୁ ନିର୍ବାଚିତ ହୋଇଛନ୍ତି । ୨୯ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ଦିଲ୍ଲୀ ରାଜନୀତିରେ ତାଙ୍କର ବେଶ ଦବଦବା ରହିଛି ।ଦିଲ୍ଲୀ ବିଜେପିର ମହାସଚିବ ଓ ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଥିବା ରେଖା ଗୁପ୍ତା ଦକ୍ଷିଣ ଦିଲ୍ଲୀ ନଗର ନିଗମ ମେୟର ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି । ରେଖା ଗୁପ୍ତା ୧୯୯୬-୯୭ରେ ଦିଲ୍ଲୀ ୟୁନିଭର୍ସିଟି ଛାତ୍ର ସଂଗଠନର ସଭାପତି ହୋଇଥିଲେ । ୨୦୦୭ରେ ନର୍ଥ ପିତାମପୁରାରୁ କାଉନସିଲର ଭାବେ ନିର୍ବାଚିତ ହେବା ପରେ ବହୁ ଉନ୍ନୟନମୂଳକ କାର୍ୟ୍ୟ କରିଥିଲେ। ୩ ଦଶନ୍ଧି ଧରି ସେ ବିଜେପି ସହ ସଂଶ୍ଳିଷ୍ଟ ଅଛନ୍ତି । ସେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ୩ ଥର କାଉନସିଲର ନିର୍ବାଚିତ ହୋଇଛନ୍ତି ।
ଆଜିଠୁ ଦିଲ୍ଲୀରେ ରେଖା ସରକାର, ୪ର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











