The Ultimate Managed Hosting Platform
ADVERTISEMENT

ଆଜିଠୁ ପୁଣି ବଢିବ ତାତି

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା । ସ୍ୱାଭାବିକଠାରୁ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ପାରଦ । ପ୍ରବଳ ଖରା ସହ ଗୁଳୁଗୁଳି ହେବା ନେଇ ଅନୁମାନ । ଆଜିଠାରୁ ଆଉ ବିଶେଷ ବର୍ଷା ସମ୍ଭାବନା ନାହିଁ । ଉପରମୁହାଁ ହେବ ପାରଦ। ପୁଣି ୪୦ ଡିଗ୍ରୀ ମୁହାଁ ହେବ ତାତି । ୪ ଦିନ ଭିତରେ ପୁଣି ୪ରୁ ୫ ଡିଗ୍ରୀ ତାପାମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି । ୨୭ ତାରିଖ ବେଳକୁ ୪୦ ପାଖାପାଖି ପହଞ୍ଚିବ ପାରଦ। ତେବେ ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟ ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ନାହିଁ। ସୂଚନାଯୋଗ୍ୟ ପଶ୍ଚିମ ଓଡ଼ିଶାରେ ନିଇତି ରେକର୍ଡ କରୁଥିଲା ପାରଦ । ମାର୍ଚ୍ଚ ଅଧାରୁ ଯେଭଳି ଦାଉ ସାଧିଥିଲା ଗ୍ରୀଷ୍ମ ପ୍ରବାହ । କିଛିଦିନ ତଳେ ବୌଦ୍ଧ ଓ ଝାରସୁଗୁଡ଼ା କ୍ରମାଗତ ପାରଦ ଉପରମୁହାଁ ହେବା ସହିତ ଦେଶବ୍ୟାପି ରେକର୍ଡ ଭାଙ୍ଗିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login