The Ultimate Managed Hosting Platform
ADVERTISEMENT

ଆଜି ଅକ୍ଷୟ ତୃତୀୟା..

Facebook
Twitter
LinkedIn

ଭୁବନେଶ୍ୱର : ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଧି ପରମ୍ପରା ଅନୁଯାୟୀ ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହେବ ରଥନିର୍ମାଣ ଅନୁକୂଳ ନୀତି ଓ ଚନ୍ଦନଯାତ୍ରା । ଭୋର ୪ଟାରେ ଦ୍ବାରଫିଟା ନୀତି ପରେ ଭିତର ଶୋଧ କରାଯାଇ ମହାପ୍ରଭୁଙ୍କର ମଙ୍ଗଳଆରତି କରାଯାଇଛି । ଦିନ ଗୋଟାଏରୁ ଅଢେଇଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି କରାଯିବ ବୋଲି ସ୍ଥିର ହୋଇଛି ।
ମଧ୍ୟାହ୍ନଧୂପ ପରେ ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥନିର୍ମାଣ କାର୍ୟ୍ୟ ଅନୁକୂଳ ହେବ। ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ଶୋସ୍ତ୍ରୀୟ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିବେ। ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login