The Ultimate Managed Hosting Platform
ADVERTISEMENT

ଆଜି ଆପଣଙ୍କ ରାଶିରେ (ତା.୧୦-୦୫-୨୦୨୩ ରିଖ ବୁଧବାର)

Facebook
Twitter
LinkedIn

ମେଷ: ଦ୍ୱିଜା ନକ୍ଷତ୍ରର ପରିବାର, ପରିବହନ, ଲୋକସମ୍ପର୍କ, ଯାନବାହନ ଦିଗରେ ଉନ୍ନତି କରାଇବେ। ନିଜ ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।

ବୃଷ: ବନ୍ଧୁ ଗହଣରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ଅପମାନିତ ହୋଇପାରନ୍ତି। ରୋହିଣୀ ନକ୍ଷତ୍ରର ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ପ୍ରଶାସନ, ପ୍ରକାଶନ, ମନୋରଞ୍ଜନରୁ ସଫଳତା ହାସଲ କରିବେ।

ମିଥୁନ: ନିଜର ବୁଦ୍ଧିମତ୍ତାର ପ୍ରୟୋଗ କରି ପ୍ରତ୍ୟେକ କ୍ଷେତ୍ରରେ ସଫଳ ହେବେ। କିନ୍ତୁ ଆରଦ୍ରା ନକ୍ଷତ୍ରର ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ ଓ ଅର୍ଥାବସ୍ଥାରେ ଉନ୍ନତି ଘଟିବ।

କର୍କଟ: ତଥାପି ପୁନର୍ବସୁ ନକ୍ଷତ୍ର ସକାଶେ ଭାଇ, ବନ୍ଧୁ, ସହକର୍ମୀ କିମ୍ବା ସ୍ତ୍ରୀ, ଅଂଶୀଦାରଙ୍କ ସମ୍ପର୍କ ଉତ୍ତମ ରହିବ। ବ୍ୟବସାୟୀ ଓ ସାମୟିକ ଯାତ୍ରାକାଳୀନ ବନ୍ଧୁଙ୍କ ସହ ମତାନ୍ତରଜନିତ ଅଶାନ୍ତି ଉପୁଜିପାରେ। ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ।

ସି˚ହ: ପ୍ରତ୍ୟେକ କଥାକୁ ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକଙ୍କଠାରୁ ଯାହା ଓ ଯେତିକି ପରିମାଣରେ ପାଇବା କଥା ତାହା ପାଇବା କଷ୍ଟକର ହେବ। ଉତ୍ତରାଫାଲଗୁନୀ ନକ୍ଷତ୍ରର ମାଙ୍ଗଳିକ କାମ ସକାଶେ ବ୍ୟସ୍ତତା ବୃଦ୍ଧିପାଇବ।

କନ୍ୟା: ବିଭିନ୍ନ ପ୍ରକାର ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହୋଇପାରନ୍ତି। ଶିଳ୍ପ, ବ୍ୟବସାୟ, କଳା, ସାହିତ୍ୟ, ସାମ୍ବାଦିକତାରେ ଉନ୍ନତି ଘଟିବ। ହସ୍ତା ନକ୍ଷତ୍ର ସତ୍‌ସଙ୍ଗ କିମ୍ବା ନାମ ସଂକୀର୍ତ୍ତନରେ ନିଜକୁ ହଜାଇ ଦେଇ ପାରନ୍ତି।

ତୁଳା: ଆନୁଷ୍ଠାନିକ କ୍ଷେତ୍ରରେ, ସଭା ସମିତିରେ, କଚେରି ମାମଲାରେ ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସ୍ବାତୀ ନକ୍ଷତ୍ର ମାଙ୍ଗଳିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ଗୃହ ନିର୍ମାଣ, ଯାନବାହନ ମରାମତି, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନା ପ୍ରଭୃତିରେ ସମୟ କଟାଇବେ।

ବିଛା: ଅନୁରାଧା ନକ୍ଷତ୍ରର ପାରିବାରିକ ସ୍ଥିତିରେ ଉନ୍ନତି ହେବ। ସନ୍ଦେହ ଓ ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ହେବେ।

ଧନୁ: ସଭାସମିତିରେ ଅନ୍ୟର ମତକୁ ସମ୍ମାନ ଦେଇ କାମ କଲେ ସଫଳତା ପାଇପାରନ୍ତି। ପୂର୍ବାଷାଢ଼ା ନକ୍ଷତ୍ରର ପ୍ରଶାସନିକ ସ୍ତରରେ କୌଣସି ବିବାଦ ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ରଚନାମତ୍କ କାମ, କଳା, ସାହିତ୍ୟାଦିରେ ଆମତ୍ସନ୍ତୋଷ ମିଳିବ।

ମକର: ଭଲ କଥା କହିଲେ ମଧ୍ୟ ବନ୍ଧୁମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିବେ। ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଧନିଷ୍ଠା ନକ୍ଷତ୍ର ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି।

କୁମ୍ଭ: ପାରିବାରିକ ତଥା ପ୍ରଶାସନିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ। ନୂତନ ଯୋଜନା, ଶିଳ୍ପ, ବ୍ୟବସାୟ, ପରିବହନରେ ସଫଳତା ମିଳିବ। ଶତଭିଷା ନକ୍ଷତ୍ର ସକାଶେ ନିଜ ଲୋକ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଶତ୍ରୁତା କରିପାରନ୍ତି।

ମୀନ: କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ। ରେବତୀ ନକ୍ଷତ୍ର ସକାଶେ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ନୀରବଦ୍ରଷ୍ଟା ସାଜିବେ। ନୂତନ ଗୃହ, ଯାନବାହନାଦି ଯାନ୍ତ୍ରିକ ଦ୍ରବ୍ୟ ଲାଭ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login