The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ଆପଣଙ୍କ ରାଶିରେ (ତା.୨୫-୦୫-୨୦୨୩ ରିଖ ଗୁରୁବାର)

Facebook
Twitter
LinkedIn

ମେଷ-ଅଶ୍ୱିନୀ ନକ୍ଷତ୍ର ସକାଶେ ଅପ୍ରିୟ ସତ୍ୟ ଭାଷଣ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିପାରେ। ଦ୍ୱିଜା ବିଚାରବୁଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିପାରିବେ । ସାମାଜିକ ସ୍ତରରେ ଦକ୍ଷତାର ମୂଲ୍ୟାୟନ ସାଙ୍ଗକୁ ପୁରସ୍କୃତ ହୋଇପାରନ୍ତି। ଅଫିସ୍‌ କାମରେ ସାମୟିକ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହିନପାରେ ।

ବୃଷ-ରୋହିଣୀ ନକ୍ଷତ୍ରର ଅର୍ଥନୈତିକ ଅଭିବୃଦ୍ଧି କାରଣରୁ ମନ ପ୍ରଫୁଲ୍ଲ ରହିବ । କିନ୍ତୁ କୃତ୍ତିକା ନକ୍ଷତ୍ରର ସମସ୍ୟା ପୂର୍ବପରି ରହିବ, ତଥାପି ଭୟ କରିବାର କୌଣସି କାରଣ ନାହିଁ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି, ଯାହାଫଳରେ କାମଟି ଅପୂର୍ଣ୍ଣ ରହିଯିବ । ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ।

ମିଥୁନ-ଯେତେ ରାଗିଥିଲେ ମଧ୍ୟ ଟିକିଏ ଫୁସୁଲା ଫୁସୁଲି କଥାରେ ମନ ପୂରା ବଦଳିଯିବ । ଏହି ସୁଯୋଗ ନେଇ ମୃଗଶିରା ନକ୍ଷତ୍ର ଆତ୍ମୀୟଙ୍କ ଫାଇଦା ପାଇଁ ଫନ୍ଦିଫିକର କରିବେ । ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ନିଜକୁ ଅନ୍ୟମାନଙ୍କ ସହ ତୁଳନା କରି ମନ ଊଣା କରିପାରନ୍ତି । ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ ।

କର୍କଟ-ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଲାଗି ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଅଶ୍ଳେଷା ନକ୍ଷତ୍ର ଆର୍ଥିକ ଅନଟନ ଲାଗିରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । କିନ୍ତୁ ପୁନର୍ବସୁ ସକାଶେ ଆଜିର ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ବ୍ୟବସାୟରେ ଲାଭ ମିଳିବ, ମାତ୍ର ନିଜ ଅବହେଳାରୁ ଅନ୍ୟବାଟରେ ବ୍ୟୟ ହେବ ।

ସି˚ହ-ଆଜିର କାମ ଯଥାରୀତି ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ମଘା ନକ୍ଷତ୍ର ପାଖପଡ଼ୋଶୀଙ୍କ କୁଟିଳ କଥାକୁ ଠିକ୍‌ ଭାବେ ବୁଝିପାରିବେନି । ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ସକାଶେ ଯୋଜନା, ଜମିଜମା, ଯାନ୍ତ୍ରିକ କାରବାର, ଯାନବାହନ କ୍ରୟ ବିକ୍ରୟରେ ଅଗ୍ରଗତି ହେବ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ ।

କନ୍ୟା-ହସ୍ତା ନକ୍ଷତ୍ରର ପ୍ରତ୍ୟେକ କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିବ । ଏଣେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ରଜାତ ବ୍ୟକ୍ତିମାନଙ୍କର ନୂତନ କର୍ମସଂସ୍ଥାନ ପାଇଁ ମନ ବଳିପାରେ। ସାଧାରଣ କଥାରେ ପ୍ରିୟ ବ୍ୟକ୍ତିଟି ସହ ସମ୍ପର୍କହାନି ଯୋଗୁ ଚିନ୍ତା ପ୍ରକଟ କରିବେ ।

ତୁଳା-ଆଜିର କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ବିଶାଖା ନକ୍ଷତ୍ର ସକାଶେ ପ୍ରୀତିପ୍ରଦ ରହିବ । ଆତ୍ମୀୟ ତଥା ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଚିତ୍ରା ନକ୍ଷତ୍ର ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ଧର୍ମକାର୍ଯ୍ୟ କରିବା ସାଙ୍ଗକୁ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

ବିଛା-ପ୍ରତ୍ୟେକ କାର୍ଯ୍ୟ ମନ୍ଥର ଗତିରେ ଚାଲିବା କାରଣରୁ ସାମୟିକ ଅନୁଚିନ୍ତା କରିପାରନ୍ତି । ଅନୁରାଧା ନକ୍ଷତ୍ରର ପ୍ରିୟ ବ୍ୟକ୍ତିଟିର ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇଯିବ । ଜ୍ୟେଷ୍ଠା ନକ୍ଷତ୍ରର ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହୋଇପାରେ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି ।

ଧନୁ-ସମସ୍ୟା ଅପରିବର୍ତ୍ତିତ ରହିଥିଲେ ମଧ୍ୟ କିଛିଟା ଲାଘବ ହେବାର ଅନୁଭବ କରିବେ । ଉତ୍ତରାଷାଢ଼ା ନକ୍ଷତ୍ରର ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ସଫଳତା ହାସଲ କରିପାରିବେ। ମୂଳା ନକ୍ଷତ୍ର ସକାଶେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର, ନୂତନ ଚୁକ୍ତିପତ୍ର ସ୍ବାକ୍ଷର, ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି ।

ମକର-ଶ୍ରବଣା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବାରେ ଲାଗିବ । କିନ୍ତୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଧନିଷ୍ଠା ନକ୍ଷତ୍ର ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବିଚାରବୁଦ୍ଧି ହରାଇ ପ୍ରେମ ଫାଶରେ ଆବଦ୍ଧ ହୋଇପାରନ୍ତି ।

କୁମ୍ଭ-ବନ୍ଧୁଙ୍କ ସହ ଆଲୋଚନା, ପିଲାଙ୍କ କୃତିତ୍ୱ, କଳା, ସାହିତ୍ୟାଦିରୁ ସମ୍ମାନ ଆଜି ପାଇଁ ସୁଖଦ ଖବର ହୋଇପାରେ । ପୂର୍ବଭାଦ୍ରବ ନକ୍ଷତ୍ରର ଆଜିର ପାରିଶ୍ରମିକ ମନଲାଖି ହେବନାହିଁ । ଧନିଷ୍ଠା ନକ୍ଷତ୍ରର ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ବାରମ୍ବାର ପୁରୁଣା କଥାକୁ ଆଲୋଚନା କରିବା ଠିକ୍‌ ହେବନି।

ମୀନ-ରେବତୀ ନକ୍ଷତ୍ରର ପାରିବାରିକ ଜୀବନ ସୁଖ ସନ୍ତୋଷରେ ଅତିବାହିତ ହେବ । ଉତ୍ତରଭାଦ୍ରବ ନକ୍ଷତ୍ର ସକାଶେ କର୍ମକ୍ଷେତ୍ର ମଧ୍ୟ ତଦନୁରୂପେ ପ୍ରୀତିଦାୟକ ହେବ । ଘର ପାଇଁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟ ଅଥବା ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login