ପୁରୀ : ଆଜି ହେଉଛି ଦେବ ଦୀପାବଳୀ ର ତୃତୀୟ ବା ଶେଷ ଦିନ। ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଗତକାଲି ଭକ୍ତ ଶ୍ରଦ୍ଧାଳୁ ଙ୍କ ଦ୍ୱାରା ଶ୍ରୀ ମନ୍ଦିର ଠାରୁ ଗୁଣ୍ଡିଚା ମନ୍ଦିର ପର୍ୟ୍ୟନ୍ତ ଏକ ଲକ୍ଷ ଦୀପ ଜାଳି ଥିଲେ । ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ଭକ୍ତ ଶ୍ରଦ୍ଧାଳୁ ବଡ ଦାଣ୍ଡ ସମେତ ଶ୍ରୀ ମନ୍ଦିର ଏବଂ ଗୁଣ୍ଡିଚା ମନ୍ଦିର ସମ୍ମୁଖ ରେ ଦୀପ ଦାନ କରିଥିଲେ। ଶ୍ରୀ ମନ୍ଦିର ରେ ମହାପ୍ରଭୁଙ୍କ ଶ୍ରାଦ୍ଧ ବେଶ ଦର୍ଶନ କରି ବେଶ ଖୁସି ବ୍ୟକ୍ତ କରିଛନ୍ତି ଭକ୍ତ ଶ୍ରଦ୍ଧାଳୁ ।
Views: 99











