ପୁରୀ : ଆଜି ହେଉଛି ପବିତ୍ର ବାହୁଡ଼ା ଯାତ୍ରା । ଆଜି ଭୋର ୪ଟାରେ ମଙ୍ଗଳ ଆଳତୀ, ଭୋର ୪ଟା୧୫ରେ ମଇଲମ, ୪ଟା୩୦ରେ ତଡ଼ପ ଲାଗି, ରୋଷହୋମ, ୫ଟାରେ ଅବକାଶ, ୫ଟା୧୫ରେ ସୂର୍ୟ୍ୟପୂଜା, ୫ଟା୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫ଟା୪୫ ରୁ ୬ଟା୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧ଟା୩୦ ସେନାପଟା ଲାଗି ନୀତି ନିର୍ଘଣ୍ଟ ହୋଇଥିଲା ।ସେହିପରି ୧୧ଟା୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨ଟା୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨ଟା୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨ଟା୩୦ରୁ ୩ଟା୩୦ ମଧ୍ୟରେ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ଘୋଡ଼ା ଲାଗିବା ପରେ ୪ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ବାହୁଡ଼ା ପାଇଁ ପ୍ରଶାସନର ବଡ଼ ପ୍ଲାନ୍ । ଏଥର ବାହୁଡ଼ାରେ ଅଘଟଣଶୂନ୍ୟ ହେବ ରଥଟଣା । ସୁରୁଖୁରୁରେ ପହଣ୍ଡି ଶେଷ କରିବାକୁ ଗୋଟିଏ ଟିମ୍ ଗଠନ କରାଯାଇଥିବା ବେଳେ ତିନି ରଥ ଦାୟିତ୍ବରେ ଜିଲ୍ଲାପାଳ, ଏସପି ଏବଂ ଏଡିଏମଙ୍କୁ ରଖାଯାଇଛି । କର୍ଡନ ଭିତରକୁ ଜନଶୂନ୍ୟ କରାଯିବ । ଡ୍ରୋନ୍ ଜରିଆରେ ଟ୍ରାଫିକ ପରିଚାଳା କରାଯିବ । ଭିଡ଼ ନିୟନ୍ତ୍ରଣ ପାଇଁ ରିଅଲ ଟାଇମ୍ ଏଷ୍ଟିମେସନ କରାଯିବ । ପୁରୀକୁ ଲକ୍ଷ ଲକ୍ଷ ସଂଖ୍ୟାରେ ଭକ୍ତ ଆସୁଥିବାରୁ ରାସ୍ତାରେ ହଲ୍ଟ ବ୍ୟବସ୍ଥା କରାଯାଇଛି।
ଆଜି ପବିତ୍ର ବାହୁଡା ଯାତ୍ରା, ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡିବେ ବ୍ରହ୍ମାଣ୍ଡ ଠାକୁର

Facebook
Twitter
LinkedIn
Facebook
Twitter
LinkedIn
Recent News
୧୪ ଦେଶକୁ ଟ୍ରମ୍ପଙ୍କ ଟାରିଫ ମାଡ
ନୂଆଦିଲ୍ଲୀ : ୧୪ ଟି ଦେଶ ଉପରେ ନୂଆ ଟାରିଫ ପ୍ଲାନ ଘୋଷଣା । ଅଗଷ୍ଟ ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ ।େ୧୪ ଦେଶକୁ...
ପୁଣି ମନମୋହନ ହେଲେ ରାଜ୍ୟ ବିଜେପି ସଭାପତି
ଭୁବନେଶ୍ୱର : ସର୍ବ ସହମତିରେ ନିଦ୍ୱର୍ନ୍ଦରେ ନିର୍ବାଚିତ ହେଲେ ମନମୋହନ । ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା । ବିଧିବଦ୍ଧ ଭାବେ ଘୋଷଣା...
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷୁଛି । ଆହୁରି...
୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ
ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...