ଭୁବନେଶ୍ୱର : ଧରାବତରଣ କରିଛନ୍ତି ଜଗତଜନନୀ ମାଆ ଦୁର୍ଗା। ପୀଠରେ ମାଆଙ୍କର ଆଜି ନବମୀ ପୂଜା ହେଉଥିବାବେଳେ ମଣ୍ଡପରେ ମହାଷ୍ଟମୀ ପୂଜା। ମାଆଙ୍କ ଆଗମନରେ ଗାଁରୁ ସହର ଉତ୍ସବମୁଖର। ଘଣ୍ଟଘଣ୍ଟା ଓ ମନ୍ତ୍ରଧ୍ବନୀରେ ପ୍ରକମ୍ପିତ ହେଉଛି ପରିବେଶ। ଭକ୍ତି ଭାବରେ ଦର୍ଶନ କରୁଛନ୍ତି ଭକ୍ତ। ଆଜି ମହିଳା ମାନେ ମାଆଙ୍କ ପାଖରେ ବ୍ରତ ,ଶାଢୀ, ଶଙ୍ଖା ଓ ସିନ୍ଦୁର ପୂଜାର୍ଚ୍ଚନା କରୁଛନ୍ତି। ବିଭିନ୍ନପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଆକର୍ଷିତ କରୁଛି ସୁଉଚ୍ଚ ତୋରଣ। ବଡ଼ ବଡ଼ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଭୁବନେଶ୍ବର। ଦୁର୍ଗା ପୂଜା ଲାଗି ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
Views: 80