ଭୁବନେଶ୍ୱର : ଆଜି ମାଣ୍ଡିଆ ଦିବସ । ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି । ମାଣ୍ଡିଆ ଚାଷର ପ୍ରଚାର ଏବଂ ପ୍ରସାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କାର୍ୟ୍ୟକ୍ରମ ହାତକୁ ନିଆଯାଇଛି । ଓଡ଼ିଶା ମିଲେଟ ମିଶନ ଦ୍ବାରା ନିଆଯାଇଥିବା ପଦକ୍ଷେପକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସ୍ବୀକୃତି ମିଳିଛି । କେନ୍ଦ୍ର ସରକାର ଏହି ମଡେଲକୁ ଆପଣାଇବାକୁ ବିଭିନ୍ନ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରଣାଳୟ ଓ ବିଭାଗରେ ହେବାକୁ ଥିବା ମିଟିଂ ଓ କ୍ୟାଣ୍ଟିନରେ ମାଣ୍ଡିଆ ପ୍ରସ୍ତୁତ ଲଡୁ, ମିକ୍ସଚର, ସ୍ନାକ୍ସ୍, ପୁରି, ଇଡିଲି, ଦୋଷା ଓ ବିସ୍କୁଟ୍ ପରଷିବାକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ସେତିକି ନୁହେଁ ନୀତି ଆୟୋଗ ମଧ୍ୟ ଏହାକୁ ଏକାଧିକ ଥର ପ୍ରଶଂସା କରିଛନ୍ତି ।
Views: 80