ବରଗଡ: ବରଗଡ଼ ଜିଲ୍ଲା ବିଜେପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୫ ମହଲା ବିଶିଷ୍ଟ ଏକ ବିରାଟ କ୍ୟାନ୍ସର ହସ୍ପିଟାଲ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହାସହ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨ ହଜାର ୬୮୨ ବର୍ଗ ମିଟରରେ ନିର୍ମାଣ ହୋଇଛି ଏହି ହସ୍ପିଟାଲ । ଏହାବାଦ୍ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ପରେ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବାର କାର୍ୟ୍ୟକ୍ରମ ରହିଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ହୋଇଛି ବ୍ୟାପକ ବନ୍ଦୋବସ୍ତ।
Views: 73