The Ultimate Managed Hosting Platform
ADVERTISEMENT

ଆଜି ସାବିତ୍ରୀ ଆମାବାସ୍ୟା , ବ୍ରତ ପାଳୁଛନ୍ତି ସଧବା ମହିଳା

Facebook
Twitter
LinkedIn

ଭୁବନେଶ୍ୱର : ଆଜି ସାବିତ୍ରୀ ଅମାବାସ୍ୟା । ସ୍ବାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା । ଯମରାଜଙ୍କ ପଛରେ ଯାଇ ସ୍ବାମୀ ସତ୍ୟବାନଙ୍କ ଜୀବନ ଫେରାଇ ଆଣିଥିଲେ ସାବିତ୍ରୀ । ହିନ୍ଦୁ ଶାସ୍ତ୍ରର ସେହି ପୌରାଣିକ କଥାକୁ ମନେ ପକାଇ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ପୂଜା କରୁଛନ୍ତି ବିବାହିତା ମହିଳାମାନେ। ରାଜ୍ୟର ବିଭିନ୍ନ ପୀଠରେ ସକାଳୁ ସକାଳୁ ପୂଜା କରିବାକୁ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ହାତରେ ଭୋଗ, ମନରେ ଉତ୍ସାହ ନେଇ ଦେବାଳୟକୁ ଯାଇଛନ୍ତି ସଧବା । ନୂଆ ଶାଢୀ, ସଙ୍ଖା, ସିନ୍ଦୁର ଓ ଅଳତା ନେଇ ପୂଜାର୍ଚ୍ଚନା କରୁଛନ୍ତି । ସକାଳ ହେଉ ହେଉ ମଥାରେ ସିନ୍ଦୂର, ହାତରେ ନୂଆ ଚୁଡ଼ି, ରଙ୍ଗ ବେରଙ୍ଗ ଶାଢିରେ ସଜେଇ ହୋଇ କେହି କେହି ସଧବା ମହିଳା ମନ୍ଦିରରେ ପହଞ୍ଚିଛନ୍ତି ତ ଆଉ କେହି ଘରେ ପୂଜା କରୁଥିବା ପରିଲକ୍ଷିତ ହେଉଛି। ଏହି କାରଣରୁ ବିଭିନ୍ନ ମନ୍ଦିରରେ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login