ଭୁବନେଶ୍ୱର : ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଦିବଙ୍ଗତ ସଦସ୍ୟଙ୍କ ଉଦେ୍ଦଶ୍ୟରେ ଶୋକ ପ୍ରସ୍ତାବ ଆଗତ । ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ନୀରବ ପ୍ରାର୍ଥନା ପରେ ବାଚସ୍ପତି ପାଢ଼ୀ ସୁରମା ଅପରାହ୍ନ ୪ଟା ୩୦ ପର୍ୟ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ଅପରାହ୍ଣରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ। ଅଧିବେଶନର ଦ୍ବିତୀୟ ଦିବସ ଶୁକ୍ରବାରରେ ଅର୍ଥାତ ୨୮ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ହେବ। ବଜେଟ ଖର୍ଚ୍ଚ ଦାବି ଉପରେ ଆଲୋଚନା ହୋଇ ୮ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ପ୍ରତି ବର୍ଷ ବିଧାନସଭା ଅଧିବେଶନ ୬୦ ଦିନ ବସିବାର ନିୟମ ରହିଛି। ପୂର୍ବ ଦୁଇଟି ଅଧିବେଶନରେ ଗୃହ ୩୧ ଦିନ ଚାଲିସାରିଛି।
Views: 34











