ଭୁବନେଶ୍ୱର: ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ତିନିଟି ସ୍ଥାନ- କବିସୂର୍ୟ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ୟ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ । ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡ଼ୁରେ ଆୟୋଜିତ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ନବୀନ । ଶେଷରେ ଛତ୍ରପୁରରେ ଏକ ସଭାରେ ଯୋଗଦେଇ ଭୁବନେଶ୍ବର ଫେରିବାର କାର୍ୟ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି । କବିସୂର୍ୟ୍ୟନଗର, ହିଞ୍ଜିଳି ଓ ଛତ୍ରପୁରରେ ସଭାସ୍ଥଳଗୁଡ଼ିକରେ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଜିଲ୍ଲାର ପ୍ରଶାସନିକ ଅଧିକାରୀମାନେ ସଭାସ୍ଥଳ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି ।
ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...