The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Facebook
Twitter
LinkedIn

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login