ଭୁବନେଶ୍ୱର : ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । କାଲି ବାତ୍ୟାର ରୂପ ନେଇପାରେ ଗଭୀର ଅବପାତ । ତେବେ ଓଡିଶା ଉପରେ ବିଶେଷ ପ୍ରଭାବ ପଡିବ ନାହିଁ । ଦିଗ ପରିବର୍ତ୍ତନ କରିଥିବାରୁ ଓଡିଶାରେ ବାତ୍ୟାର ପ୍ରଭାବ ପଡିବ ନାହିଁ । ଉତ୍ତର-ଉତ୍ତର ପଶ୍ଚିମ ଦିଗ ମୁହାଁଇଥିବାରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି ଗଭୀର ଅବପାତ । ଏବେ ବିଶାଖାପାଟଣାରୁ ୩୮୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ, ପାରାଦୀପରୁ ୩୮୦ କିଲୋମିଟର ଦକ୍ଷିଣ ଓ ଦୀଘାରୁ ୫୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ କେନ୍ଦ୍ରୀଭୂତ ରହିଛି । ଗଭୀର ଅବପାତ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ପରେ ଅଧିକ ଘନୀଭୂତ ହେବା ସହ ବାଂଲାଦେଶ ଉପକୂଳ ମୁହାଁଇବ । ୧୮ ତାରିଖ ସକାଳେ ବାଂଲାଦେଶ ଉପକୂଳର ମୋଙ୍ଗଲା ଓ ଖେପୁରୁରା ମଝିରେ ଅତିକ୍ରମ କରିବା ସମ୍ଭାବନା ରହିଛି । ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୫୫ରୁ ୬୫ କିଲୋମିଟର ଓ ଏହା ବଢ଼ି ୭୫ କିଲୋମିଟର ଛୁଇଁପାରେ । ଗଭୀର ଅବପାତ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ହେଲାଣି । ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲା ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ବରକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୨ ଜିଲ୍ଲା ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୩ ଜିଲ୍ଲା ମୟୂରଭଞ୍ଜ, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଅବପାତ ପ୍ରଭାବରେ ଅଶାନ୍ତ ହୋଇଛି ସମୁଦ୍ର । ପବନର ବେଗ ବଢିବ , ୧୮ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ ।
ଆସନ୍ତାକାଲି ବାତ୍ୟା ! ଓଡିଶାରେ ପ୍ରଭାବ ନାହିଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











