ନୂଆଦିଲ୍ଲୀ : ଆସନ୍ତାକାଲି ଇଣ୍ଟର ନ୍ୟାସନାଲ ସ୍ପେସ ଷ୍ଟେସନକୁ ଯିବେ ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା । ମହାକାଶଚାରୀ ସୁନିତା ୱିଲିୟମ୍ସଙ୍କୁ ପୃଥିବୀକୁ ଆଣିଥିବା ଡ୍ରାଗନ୍ କ୍ୟାପସୁଲ୍ ତାଙ୍କୁ ଆଇଏସଏସକୁ ନେଇଯିବ । ଡ୍ରାଗନ୍ କ୍ୟାପସୁଲ ଶୁଭାଂଶୁ ଶୁକ୍ଳା ଏବଂ ଅନ୍ୟ ମହାକାଶଚାରୀଙ୍କ ସହିତ ନିର୍ଦ୍ଧାରିତ ସମୟ ଅନୁସାରେ ଆଇଏସଏସକୁ ଉଡାଣ ଭରିବ। ବାୟୁସେନା ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା ଆମେରିକାର କେପ୍ କାନାଭେରାଲରୁ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ ଆଇଏସଏସକୁ ଯାତ୍ରା କରିବେ। ଶୁଭାଂଶୁ ଶୁକ୍ଲାଙ୍କୁ ଏଲନ୍ ମସ୍କଙ୍କ କମ୍ପାନୀ ସ୍ପେସ୍ ଏକ୍ସର ଡ୍ରାଗନ୍ କ୍ୟାପସୁଲରେ ମହାକାଶକୁ ପଠାଯିବ । ଡ୍ରାଗନ୍ କ୍ୟାପସୁଲ୍ ସହିତ ମହାକାଶ ଯାତ୍ରା ସହଜ ଏବଂ ଶସ୍ତା ହୋଇଛି। ପୂର୍ବରୁ ଶୁଭାଂଶୁ ଶୁକ୍ଳା ଜୁନ୍ ୮ ତାରିଖରେ ଆଇଏସଏସକୁ ଯିବାର ଥିଲା। କିନ୍ତୁ ଏହି ତାରିଖକୁ ବଦଳାଇ ଜୁନ୍ ୧୧ ତାରିଖକୁ ପରିବର୍ତ୍ତନ କରାଯାଇଛି। ଶୁଭାଂଶୁଙ୍କୁ ଏହି ଯାତ୍ରା ପାଇଁ ସ୍ପେସ୍ ଏକ୍ସ ଏବଂ ଆକ୍ସିଅମ୍ ସ୍ପେସ୍ ଦ୍ୱାରା ସ୍ୱତନ୍ତ୍ର ତାଲିମ ଦିଆଯାଇଛି।
ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











