କଳାହାଣ୍ଡି : ଆସନ୍ତାକାଲି ପ୍ରସିଦ୍ଧ ଛତର ଯାତ୍ରା । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭବାନୀପାଟଣା ସହର । ମୂଳାଷ୍ଟମୀ ଦିନ ଭବାନୀପାଟଣା ରାଜପ୍ରାସାଦରେ ଥିବା କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମାଣିକେଶ୍ବରୀଙ୍କ ପୀଠରେ ମୁଣ୍ଡବସା ଠାରୁ ମହାଷ୍ଟମୀ ପର୍ୟ୍ୟନ୍ତ ସ୍ବତନ୍ତ୍ର ପୂଜା କରାଯାଏ । ମାଆ ମାଣିକେଶ୍ୱରୀଙ୍କୁ ମହାଷ୍ଟମୀ ମଧ୍ୟରାତ୍ରରେ ରାଜବାଟୀରୁ ପାଖାପାଖି ୩ କିଲୋମିଟର ଦୂର ଜେନାଖାଲକୁ ନିଆଯାଏ ।
ମହାଷ୍ଟମୀ ସକାଳେ ନଗର ପରିଭ୍ରମଣରୁ ଏହି ଯାତ୍ରା ଆରମ୍ଭ ହୁଏ । ପୁଣି ମାଆଙ୍କୁ ରାଜବାଟୀକୁ ଫେରାଇ ଅଣାଯାଏ । ଏହି ଅବସରରେ ମାନସିକ ରଖିଥିବା ଶ୍ରଦ୍ଧାଳୁ ରାସ୍ତାରେ କୁକୁଡ଼ା, ବୋଦା, ଛେଳି ସହ ଭକ୍ତମାନେ ଧୂପଦୀପ, ନୈବେଦ୍ୟ ଅର୍ପଣ କରିଥାନ୍ତି । ଏହାସହ ଶାନ୍ତିର ପ୍ରତୀକ ଭାବେ ଶହଶହ ପାରାଙ୍କକୁ ଦେବୀଙ୍କ ଛତର ଉପରେ ଉଡ଼ାଇବାର ପରମ୍ପରା ରହିଛି । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ ନିୟନ୍ତ୍ରଣ ଓ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ପ୍ରତି ଦୃଷ୍ଟି ରଖାଯାଇଛି । ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । କଳାହାଣ୍ଡିର ବୀରବାଦ୍ୟ ଘୁମୁରା ସହ ୨୫ଟି ସାଂସ୍କୃତିକ ଦଳ ଚଳିତ ବର୍ଷ ଅଂଶଗ୍ରହଣ କରିଛନ୍ତି । ୬ଟି ପାର୍କିଂ ବ୍ୟବସ୍ଥା କରାଯାଇଥିବା ନେଇ କଳାହାଣ୍ଡି ଏସପି ସୂଚନା ଦେଇଛନ୍ତି।
ଆସନ୍ତାକାଲି ମାଣିକେଶ୍ୱରୀଙ୍କ ଛତର ଯାତ୍ରୀ, କମ୍ପିବ କଳାହାଣ୍ଡି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











