ଭୁବନେଶ୍ୱର: ସଂପ୍ରତି ସମଗ୍ର ରାଜ୍ୟରେ ଦିନବେଳା ଅସହ୍ୟ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ତେବେ, ଆସନ୍ତା ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ଜୁନ୍ ୩ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।
Views: 99











