ଭୁବନେଶ୍ବର : ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ବଂଲାଦେଶ ଏବଂ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବା ବେଳେ ଝାଡଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ୟ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହେବ ।
ଆସନ୍ତା ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











