The Ultimate Managed Hosting Platform
ADVERTISEMENT

ଆସାମରେ ପହଁଚିଲା ଜୁବିନ ଗର୍ଗଙ୍କ ପାର୍ଥିବ ଶରୀର

Facebook
Twitter
LinkedIn

ଆସାମ : ଲୋକପ୍ରିୟ ଗାୟକ ଜୁବିନ ଗର୍ଗଙ୍କ ପାର୍ଥିବ ଶରୀର ସିଙ୍ଗାପୁରରୁ ଦିଲ୍ଲୀର ବିମାନବନ୍ଦରରେ ପହଞ୍ଚିଛି । ଆଜି ତାଙ୍କ ପାର୍ଥିବ ଶରୀର ଦିଲ୍ଲୀରୁ ଆସାମ ଗୌହ୍ବାଟୀ ଯିବ । ଏଥିପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଶୁକ୍ରବାରରେ ସିଙ୍ଗାପୁରରେ ସ୍କୁବା ଡାଇଭିଂ କରୁଥିବା ସମୟରେ ଜୀବନ ଚାଲିଯାଇଥିଲା । ତେବେ ଜୁବିନଙ୍କ ପାର୍ଥିବ ଶରୀର ଗୌହ୍ବାଟୀରେ ପହଞ୍ଚିବା ପରେ ଏୟାରପୋର୍ଟରୁ ତାଙ୍କ ଘର ପର୍ୟ୍ୟନ୍ତ ଗହଳି ଲାଗିରହିଛି । ଫଳରେ ପୋଲିସକୁ ଲାଠିଚାର୍ଜ କରିବାକୁ ପଡିଛି ।
ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ବ୍ୟକ୍ତିଗତ ଭାବେ ଏହି ଘଟଣା ଉପରେ ନଜର ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ ଏକ୍ସରେ ଏକ ପୋଷ୍ଟରେ କୁହାଯାଇଛି ଯେ, ସେପ୍ଟେମ୍ବର ୨୦ରୁ ୨୨ ତାରିଖ ପର୍ୟ୍ୟନ୍ତ ରାଜ୍ୟବ୍ୟାପୀ ଶୋକ ପାଳନ କରାଯିବ। ଏହି ସମୟ ମଧ୍ୟରେ ସମସ୍ତ ସରକାରୀ ମନୋରଞ୍ଜନଭିତ୍ତିକ କାର୍ୟ୍ୟକ୍ରମ ଓ ଉତ୍ସବ ବନ୍ଦ ରହିବ । ସେବା ସପ୍ତାହ ସମୟରେ ଜରୁରିକାଳୀନ ସେବା ଜାରି ରହିବ ବୋଲି କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login