The Ultimate Managed Hosting Platform
ADVERTISEMENT

ଆସୁଛନ୍ତି ମହାମାୟା ; ଆଜି ପୀଠେ ସପ୍ତମୀ, ମଣ୍ଡପରେ ଷଷ୍ଠୀ ପୂଜା

Facebook
Twitter
LinkedIn

ଭୁବନେଶ୍ବର: ଆସୁଛନ୍ତି ମହାମାୟା । ଆଜି ପୀଠେ ସପ୍ତମୀ, ମଣ୍ଡପରେ ଷଷ୍ଠୀ ପୂଜା ।ସଜେଇ ହୋଇସାରିଲାଣି ସୁଉଚ୍ଚ ତୋରଣ ଓ ଆଖି ଝଲସିଲା ପରି ମେଢ । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯିବ । ଏହି ସମୟରେ ବ୍ରତପୂଜା କରିବାର ବିଧି ରହିଛି । କାଲି ସପ୍ତମୀରେ ନଦୀରୁ ପବିତ୍ର ଜଳ ଅଣାଯାଇ ମଣ୍ଡପରେ ମା’ଙ୍କୁ ଚକ୍ଷୁଦାନ କରାଯିବ ।
ଏହାପରେ ରବିବାର ଅଷ୍ଟମୀ ପୂଜା ସହ ବ୍ରତ ପୂଜା କରାଯିବାର ପରମ୍ପରା ରହିଛି । ନବମୀରୁ ସନ୍ଧିପୂଜା ସହିତ ବଙ୍ଗୀୟ ମେଢ ଗୁଡିକରେ ସିନ୍ଦୁର ଖେଳ ହେବ । କିଛି ମଣ୍ଡପରେ ଆମିଷ ଭୋଗ କରାଯାଇ ଶ୍ରଦ୍ଧାଳୁଙ୍କୁ ବଣ୍ଟନ କରାଯାଏ । ଆଜି ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ କଟକ ଗଡଚଣ୍ଡୀ । ସେହିପରି ବଗଲାମୁଖୀ ବେଶରେ ସଜ୍ଜିତ ହେବେ କଟକ ଚଣ୍ଡି ।୨୪ରେ ଦଶହରା ପଡୁଥିବାରୁ ସେହି ଦିନକୁ ଅନେକ ଦିନ ଧରି ଅପେକ୍ଷା କରିଛନ୍ତି ଭକ୍ତ । କରୋନା କଟକଣାରୁ ମୁକ୍ତି ପରେ ମାଙ୍କୁ ମନଭରି ଦେଖିବା ସହ ମାଙ୍କ ପାଖରେ ପ୍ରାର୍ଥନା କରିବେ ଭକ୍ତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଖବର ଗୁଜବ, ମୁଁ ସୁସ୍ଥ : ଜୁଏଲ ଓରାମ

ଆଉ ନିର୍ବାଚନ ଲଢିବିନି , ଏଥର ଯୁବପିଢୀଙ୍କୁ ସୁଯୋଗ ଦେବି : ଜୁଏଲ

ଭୁବନେଶ୍ୱର : ଆଉ ନିର୍ବାଚନ ଲଢିବିନି କହିଲେ ସୁନ୍ଦରଗଡ ସାଂସଦ ଜୁଏଲ ଓରାମ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲଙ୍କ ବୟାନ । ଗତ ନିର୍ବାଚନ...

ADVERTISEMENT

Login