ଭୁବନେଶ୍ୱର : ଆସୁଛି ଲଘୁଚାପ । ଆସନ୍ତା ୨୩ ଯାଏଁ ପ୍ରବଳ ବର୍ଷିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପୂର୍ବ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୋ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୩ ତାରିଖ ଯାଏଁ ବର୍ଷା ଲାଗି ରହିବ । ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣ ଦିଆଯାଇଛି । ୨୦ ଓ ୨୧ ତାରିଖରେ ମଧ୍ୟ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅଧିକାଂଶ ସ୍ଥାନରେ ୧୦୦ ମିମିରୁ ଅଧିକ ପରିମାଣର ବର୍ଷା ହେବାକୁ ଥିବାରୁ ଦକ୍ଷିଣ ଓଡିଶାରେ ବନ୍ୟା ପରିସ୍ଥିତି ଉପୁଜିପାରେ ।
Views: 69