ଭୁବନେଶ୍ବର: ଅସହ୍ୟ ତାତିରୁ ମିଳିଲା ମୁକ୍ତି । ପ୍ରବଳ ଗରମରେ ଲୋକେ ସନ୍ତୁଳି ହେଉଥବିା ବେଳେ ଏବେ କାଳବୈଶାଖୀ ବର୍ଷା ସମସ୍ତଙ୍କୁ ଥଣ୍ଡା କରିଦେଇକ୍ତି । ରାଜଧାନୀରେ କାଳବୈଶାଖୀ ତାଣ୍ଡବ । ଭୁବନେଶ୍ବର ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନରେ ଭିଜିଛି ଭୁବନେଶ୍ବର । ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଦ୍ବାରା କେତେକ ସ୍ଥାନରେ ଗଛ ମଧ୍ୟ ଭାଙ୍ଗିପଡ଼ିଛି । ଭୁବନେଶ୍ବର ସମେତ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି ।
ଢେଙ୍କାନାଳ, କଟକ, ଖୋର୍ଦ୍ଧା ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ । ଭୁବନେଶ୍ବର ଏବଂ ଏହାର ଆଖପାଖ ଅଞ୍ଚଳରେ ୨୪ ହଜାର ୭୭୬ ଥର ବିଜୁଳି ମାରିଛି । ଆସନ୍ତା ୩ରୁ ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ କାଳବୈଶାଖୀ ବର୍ଷାର ପ୍ରଭାବ ରହିଲେ ମଧ୍ୟ ତାତିରେ ବ୍ରେକ୍ ଲାଗିବାର ସମ୍ଭାବନା ନାହିଁ । ବିଶେଷ କରି ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ସୋନପୁର, ନୂଆପଡା ଜିଲ୍ଲାରେ ୪୦ ରୁ ୪୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ରହିବ ବୋଲି ଆକଳନ କରାଯାଇଛି ।
ଆହୁରି ୪ ଦିନ କାଳବୈଶାଖୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...