ନୂଆଦିଲ୍ଲୀ : ପୁଣି ଇତିହାସ ରଚିଲା ଇସ୍ରୋ । ଚନ୍ଦ୍ର ପରେ ଏବେ ସୂର୍ଯ୍ୟ ଅଭିଯାନ । ଚନ୍ଦ୍ର ଅଭିଯାନର ସଫଳତା ପରେ ଆଜି ଭାରତ ଆରମ୍ଭ କରିଛି ସୂର୍ୟ୍ୟ ଅଭିଯାନ । ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଆଦିତ୍ୟ ଏଲ ୱାନକୁ ପ୍ରେରଣ କରିଛି ଇସ୍ରୋ । ଆଦିତ୍ୟ ଏଲ-ୱାନକୁ ନେଇ ମହାକାଶକୁ ଗଲା ପିଏସଏଲଭି-ଏକ୍ସଏଲ ରକେଟ୍ । ସୂର୍ୟ୍ୟଯାନ ଉତକ୍ଷେପଣର ୧୨୭ ଦିନ ଯାତ୍ରା କରିବା ପରେ ୧୫ ଲକ୍ଷ କିଲୋମିଟର ଲେଙ୍ଗରେଜିୟନ ପଏଣ୍ଟରେ ପହଞ୍ଚିବ । ଆଦିତ୍ୟଏଲ-୧ ମହାକାଶ ଯାନକୁ ଇସ୍ରୋ ପୃଥିବୀ ଠାରୁ ୧ ଦଶମିକ ୫ ନିୟୁତ କିମି ଉଚ୍ଚରେ ହାଲୋ ଅରବିଟରରେ ସ୍ଥାପନ କରିବ । ଯାହା ଇସ୍ରୋ ପାଇଁ ଏକ ଜଟିଳ କାର୍ୟ୍ୟ । କାରଣ ହାଲୋ ଅରବିଟରରେ ପୃଥିବୀର ଆକର୍ଷଣ ଶକ୍ତି ଶେଷ ହେଉଛି ଓ ସୂର୍ୟ୍ୟର ଆକର୍ଷଣ ଶକ୍ତି ଆରମ୍ଭ ହେଉଛି । ଏଠାରେ କୌଣସି ଛୋଟ ବସ୍ତକୁ ଦୀର୍ଘ ସମୟ ରଖାଯାଇପାରିବ । ତେବେ ସୌର ଯାନର ଗତିକୁ ନିୟନ୍ତ୍ରଣ କରାନଗଲେ ତାହା ସିଧା ସୂର୍ୟ୍ୟ ଅଭିମୁଖେ ଚାଲିଯିବାର ଆଶଙ୍କା ରହିଛି । ହାଲୋ ଅରବିଟରରେ ସୂର୍ୟ୍ୟ ଯାନକୁ ସ୍ଥାପନ କରି ଭାରତ ସୂର୍ୟ୍ୟ ଉପରେ ଅନୁଧ୍ୟାନ କରି ତଥ୍ୟ ହାସଲ କରିବ । ଆଦିତ୍ୟ ଏଲ-୧ରେ ମୋଟ ୭ଟି ପେଲେଡ ରହିଛି । ଏହି ସୌରଯାନ ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ବେଳେ ଏହା ଉପରେ ସାରା ବିଶ୍ୱର ନଜର ରହିଛି ।
ଇତିହାସ ରଚିଲା ଇସ୍ରୋ , ଲଞ୍ଚ କଲା ଆଦିତ୍ୟ ଏଲ-୧

Facebook
Twitter
LinkedIn
Facebook
Twitter
LinkedIn
Recent News
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...