ନୂଆଦିଲ୍ଲୀ : ପାକିସ୍ତାନରେ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଏକ ବଡ ଝଟକା ଲାଗିଛି । ସାଇଫର ମାମଲାରେ ପାକିସ୍ତାନର ସ୍ୱତନ୍ତ୍ର କୋର୍ଟ ପିଟିଆଇ ମୁଖ୍ୟଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଇମ୍ରାନ ଖାନଙ୍କ ବ୍ୟତୀତ ପୂର୍ବତନ ବୈଦେଶିକ ମନ୍ତ୍ରୀଙ୍କୁ ମଧ୍ୟ ୧୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି । ପାକିସ୍ତାନରୁ ଏକ ବଡ ଖବର ସାମନାକୁ ଆସିଛି । ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ସାଇଫର ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟଙ୍କୁ ୧୦ ର୍ଷ ଜେଲ ଦଣ୍ଡାଦେଶ ହୋଇଛି । ଇମ୍ରାନ ଖାନଙ୍କ ବ୍ୟତୀତ ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରେଶୀଙ୍କୁ ମଧ୍ୟ ଏହି ମାମଲାରେ ୧୦ ବର୍ଷ ଦଣ୍ଡିତ କରାଯାଇଛି ।
Views: 87











