ନୂଆଦିଲ୍ଲୀ : ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ଭି. ନାରାୟଣନ ଇସ୍ରୋର ମୁଖ୍ୟ ଭାବେ ଦୁଇ ବର୍ଷ ଧରି ଦାୟିତ୍ବରେ ରହିବେ ।ଦେଶରେ କ୍ରାୟୋଜେନିକ ଇଞ୍ଜିନ ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।କ୍ରାୟୋଜେନିକ ଇଞ୍ଜିନିୟରିଂରେ ଏମଟେକ ସହ ଆଇଆଇଟି ଖଡ଼ଗପୁରରୁ ଏରୋସ୍ପେଶ ଇଞ୍ଜିନିୟରିଂରେ ପିଏଚଡି କରିଛନ୍ତି ଭି. ନାରାୟଣନ । ୧୯୮୪ରେ ସେ ଇସ୍ରୋରେ ଯୋଗ ଦେଇଥିଲେ । ୨୦୧୮ରୁ ସେ ଲିକ୍ୟୁଇଡ ପ୍ରପଲ୍ୟୁସନ୍ ସିଷ୍ଟମ ସେଣ୍ଟରର ନିର୍ଦ୍ଦେଶକ ଅଛନ୍ତି ।ସୂଚନାଯୋଗ୍ୟ, ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. ସୋମନାଥ ୧୪ ଜାନୁଆରୀ ୨୦୨୨ରେ କାର୍ୟ୍ୟଭାର ଗ୍ରହଣ କରିଥିଲେ ।
Views: 59











