ଊୁବନେଶ୍ୱର : ଇ-କେୱାଇସ ପରେ ବାଦ ପଡିଲେ ୮୪,୭୫୭ ଅଯୋଗ୍ୟ ହିତାଧିକାରୀ । ଅଶ୍ୱିନୀ ପାତ୍ରଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଉତ୍ତର । ତଥ୍ୟ ଅନୁସାରେ , ରାଜ୍ୟରେ ଏପର୍ୟ୍ୟନ୍ତ ଚିହ୍ନଟ ହୋଇଛନ୍ତି ମୋଟ ୨୨ ହଜାର ୨୯୩ ଟି ଅଯୋଗ୍ୟ ରାସନ କାର୍ଡ ହିତାଧିକାରୀ । ଏହାସହ ରାଜ୍ୟରେ ୮୪ ହଜାର ୭୫୭ ଜଣ ହିତାଧିକାରୀ ରାସନ କାର୍ଡ ପାଇବାରୁ ବାଦ୍ ପଡିଛନ୍ତି । କଟକ ଜିଲ୍ଲାରେ ସର୍ବାଧିକ ୨୫୫୪ ରାସନ କାର୍ଡ କଟିଥିବା ବେଳେ ବୌଦ୍ଧରେ ସର୍ବନିମ୍ନ ୧୦୨ଟି ରାସନ କାର୍ଡ କଟାଯାଇଛି ।ସେହିଭଳି ଗଜପତି ଜିଲ୍ଲାରେ ୨୩୨ଟି , ଅନୁଗୁଳ ଜିଲ୍ଲାରେ ୧୧୦୧ଟି ରାସନକାର୍ଡ କଟିଛି । ଗଞ୍ଜାମରେ ୫୫୨, ଜଗତସିଂହପୁରରେ ୪୮୭, ଯାଜପୁରରେ ୬୦୫, ବାଲେଶ୍ଵରରେ ୧୪୩୬, ବରଗଡ଼ରେ ୪୬୮, ଭଦ୍ରକରେ ୫୬୭, ବଲାଙ୍ଗିରରେ ୬୪୫, ଦେବଗଡ଼ରେ ୨୧୦, ଢେଙ୍କାନାଳରେ ୩୮୭ଟି ଅଯୋଗ୍ୟ ରାସନକାର୍ଡକୁ କାଟି ଦିଆଯାଇଛି ।ଅନ୍ୟପଟେ ଝାରସୁଗୁଡ଼ାରେ ୩୦୭, କଳାହାଣ୍ଡିରେ ୪୯୪, କନ୍ଧମାଳରେ ୬୫୬, କେନ୍ଦ୍ରାପଡ଼ା ୫୧୭, କେନ୍ଦୁଝରରେ ୭୩୧, ଖୋର୍ଦ୍ଧାରେ ୧୩୪୫, କୋରାପୁଟରେ ୯୦୭ଟି ଅଯୋଗ୍ୟ କାର୍ଡ କଟିଛି । ସେହିପରି ନୂଆ ସରକାର ଆସିବା ପରେ ଯାଞ୍ଚ କରାଯାଇ ୨ ହଜାରରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କ ଚିହ୍ନଟ କରାଯିବା ସହ ସେମାନଙ୍କ କାର୍ଡକୁ ବାତିଲ କରାଯାଇଛି ।
ଇ-କେୱାଇସ ପରେ ବାଦ ପଡିଲେ ୮୪,୭୫୭ ଅଯୋଗ୍ୟ ହିତାଧିକାରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











