ଭୁବନେଶ୍ୱର : ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଅନେକ ଚଳଚ୍ଚିତ୍ରରେ ସେ ଛାଡ଼ି ଯାଇଥିବା ଛାପ ଲୋକଙ୍କ ହୃଦୟରେ ତାଙ୍କୁ ଚିର ଅମର କରି ରଖିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।
Views: 30