ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନର ତାଣ୍ଡବ । ବାଦଲଫଟା ବର୍ଷାରେ ଭାସିଗଲା ଉତ୍ତରକାଶୀର ଧରାଲି ଗାଁ । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପାଇଁ ଭାସିଗଲା । ପାହାଡରୁ ଧସିଲା ମାଟି । ୪ ଜଣ ମୃତ ସ୍ପଷ୍ଟ କଲା ଜିଲ୍ଲା ପ୍ରଶାସନ । ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ନିଖୋଜ ଅଛନ୍ତି । ସୂଚନା ମିଳିବା ମାତ୍ରେ ରିଲିଫ୍ ଏବଂ ଉଦ୍ଧାର କାର୍ୟ୍ୟ ଆରମ୍ଭ ହୋଇଛି । ଭାଟୱାଡିରୁ ଏସଡିଆରଏଫ ଦଳ ମଧ୍ୟ ଧରାଲି ଅଭିମୁଖେ ଯାଇଛି ।
ଗଙ୍ଗୋତ୍ରୀ ଧାମ ଓ ମୁଖୱା ନିକଟରେ ସ୍ଥିତ ଧରାଲି ଗାଁରେ ବାଦଲ ଫଟା ବର୍ଷା ପରେ ପାଣି ମାଡ଼ି ଆସିଛି । ପାଣି ଖୁବ୍ ଜୋରରେ ମାଡ଼ି ଆସିବାରୁ ତଳିଆ ଅଞ୍ଚଳକୁ ଭସାଇ ନେଇଛି । ଅନେକ ଘର ଏଥିରେ କ୍ଷତିଗ୍ରସ୍ତ ହେବା ସହ କିଛି ଲୋକେ ଭାସି ଯାଇଛନ୍ତି । ଘଟଣା ଉପରେ ନଜର ରଖାଯିବା ସହ ସତର୍କ ସୂଚନା ଜାରି କରାଯାଇଛି । ଏଯାଏଁ ଜୀବନହାନୀ ନେଇ କୌଣସି ସୂଚନା ମିଳିନାହିଁ । ପ୍ରଭାବିତ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି ।ଘଟଣାସ୍ଥଳରେ ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ ପହଞ୍ଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଛନ୍ତି । ଏହାସହ ଜିଲ୍ଲା ପ୍ରଶାସନ ମଧ୍ୟ ଉଦ୍ଧାର କାର୍ୟ୍ୟରେ ଲାଗିଛି । ଏନଡିଆରଏଫର ୩ଟି ଟିମ୍ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ଏହାସହିତ ଆଇଟିବିପିର ଟିମ ମଧ୍ୟ ପହଞ୍ଚିଛନ୍ତି । ଘଟଣାକୁ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମିଙ୍କ ସହ କଥା ହୋଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହ ।
ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ; ୪ ମୃତ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...