The Ultimate Managed Hosting Platform
ADVERTISEMENT

ଉତ୍ତର ପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା , ୮ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ଉତ୍ତର ପ୍ରଦେଶ ସମ୍ଭଲରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି । ବୋଲେରୋ ନିୟନ୍ତ୍ରଣ ହରାଇ କଲେଜ କାନ୍ଥକୁ ଧକ୍କା ଦେଇ ଦୁର୍ଘଟଣା ଘଟାଇଥିବା ସୂଚନା ମିଳୁଛି । ଏନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ସୂଚନାନୁଯାୟୀ, ବିବାହ ଶୋଭାଯାତ୍ରାକୁ ନେଇ ଯାଉଥିବା ଏକ ବୋଲେରୋ ନିୟନ୍ତ୍ରଣ ହରାଇ କଲେଜ କାନ୍ଥରେ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ବର ସମେତ ୮ ଜଣ ଲୋକଙ୍କର ମୃତ୍ୟୁ ହୋଇଥିଲା ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ସେମାନଙ୍କୁ ତୁରନ୍ତ ହସ୍ପିଟାଲକୁ ପଠାଇଥିଲା । ଯେଉଁଠାରେ ବର ସୂରଜ ସମେତ ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଆହତମାନଙ୍କୁ ରେଫର କରାଯାଇଛି।ଅନ୍ୟପଟେ ଜାତୀୟ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ପ୍ରଧାନମନ୍ତ୍ରୀ ମୋଦି ଅଧିକାରୀକ ହ୍ୟାଣ୍ଡେଲରେ ପୋଷ୍ଟ କରି କହିଛନ୍ତି ।  

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login