The Ultimate Managed Hosting Platform
ADVERTISEMENT

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଚାଲିଛି ଭୋଟିଂ

Facebook
Twitter
LinkedIn

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଚାଲିଛି ଭୋଟିଂ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟ ଦେଇଛନ୍ତି । ଏଥିସହ ଉଭୟ ଗୃହର ସାଂସଦ ମଧ୍ୟ ଭୋଟ୍ ଦେଉଛନ୍ତି । ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଆଜି ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ ହେବ । ଏହି ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ପକ୍ଷରୁ ମହାରାଷ୍ଟ୍ର ରାଜ୍ୟପାଳ ସି.ପି.ରାଧାକୃଷ୍ଣନଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବିରୋଧୀ ଇଣ୍ଡି ମେଣ୍ଟ ପ୍ରାର୍ଥୀ ଭାବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି.ସୁଦର୍ଶନ ରେଡ୍ଡୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । ଏଥିପାଇଁ ଲୋକସଭା ଓ ରାଜ୍ୟସଭା ସାଂସଦଙ୍କୁ ନେଇ ଇଲେକ୍ଟୋରାଲ କଲେଜ ଗଠିତ ହୋଇସାରିଛି । ଏହି ଇଲେକ୍ଟୋରାଲ କଲେଜରେ ଲୋକସଭାର ୫୪୨ ଓ ରାଜ୍ୟସଭାର ୨୩୯ ସାଂସଦଙ୍କୁ (ମୋଟ ୭୮୧) ସାମିଲ କରାଯାଇଛି । ତେବେ ବିଜେଡି (ବିଜୁ ଜନତା ଦଳ) ଓ ବିଆରଏସ (ଭାରତ ରାଷ୍ଟ୍ର ସମିତି) ଏହି ନିର୍ବାଚନରୁ ବିରତ ରହିବେ ବୋଲି ଘୋଷଣା କରିସାରିଛନ୍ତି । ବିଜୟୀ ପ୍ରାର୍ଥୀଙ୍କୁ ଅତିକମରେ ୩୮୬ଟି ଭୋଟ ହାତେଇବା ଜରୁରୀ ହୋଇପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login