ଭୁବନେଶ୍ୱର : ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ । ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ ସର୍ବେକ୍ଷଣରେ କଲେଜ ଛାତ୍ରୀମାନଙ୍କୁ ସାମିଲ କରାଯିବ । ଗତକାଲି ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ସୁଭଦ୍ରା ହିତାଧିକାରୀ ଯେଉଁମାନେ ଟଙ୍କା ପାଇବାରୁ ବଞ୍ଚିତ ଅଛନ୍ତି ସେମାନଙ୍କ ପାଇଁ ସର୍ଭେ ହେବ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୂର୍ବରୁ ସୁଭଦ୍ରାର ପ୍ରଭାବ ସଂପର୍କରେ ମୂଲ୍ୟାୟନ କରିବା ପାଇଁ ଆଇଆଇଏମ, ସମ୍ୱଲପୁର ସହିତ ରାଜ୍ୟ ସରକାରଙ୍କ ସହ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲ । ଆଇଆଇଏମ, ସମ୍ୱଲପୁରର ସହାୟତାରେ ହିତାଧିକାରୀମାନଙ୍କଠାରୁ ମତାମତ ସଂଗ୍ରହ କରିବା ପାଇଁ ସର୍ବେକ୍ଷଣରେ କଲେଜ ଛାତ୍ରୀ ମାନଙ୍କୁ ସାମିଲ କରିବାକୁ ସୁଭଦ୍ରା ସୋସାଇଟି ପରିଚାଳନା ପରିଷଦର ତୃତୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ବୈଠକର ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁଯାୟୀ ଯେଉଁ ହିତାଧିକାରୀମାନେ ପ୍ରଥମେ ସୁଭଦ୍ରା ସହାୟତା ପାଇଁ ପଞ୍ଜୀକରଣ କରିଥିଲେ, ମାତ୍ର ପରବର୍ତ୍ତୀ ସମୟରେ ସେମାନଙ୍କ ପରିବାର ଆର୍ଥିକ ସ୍ୱଚ୍ଛଳ ବର୍ଗରେ ଆସୁଥିବା ଜାଣି ସେମାନେ ସୁଭଦ୍ରା ପୋର୍ଟାଲ୍ରେ ସହାୟତା ନ ନେବା ପାଇଁ ଅପ୍ଟ ଆଉଟ୍ କରିଛନ୍ତି ବା ସ୍ୱେଚ୍ଛାକୃତ ଭାବେ ମନା କରିଛନ୍ତି ସେମାନଙ୍କୁ ସମ୍ବର୍ଦ୍ଧିତ କରାଯିବ । ସେମାନଙ୍କର ଏହି ପଦକ୍ଷେପ ଯୋଗୁଁ ଅନ୍ୟ ଯୋଗ୍ୟ ହିତାଧିକାରୀ ସୁବିଧା ପାଉଥିବା ବେଳେ ଅପ୍ଟ ଆଉଟ୍ କରିଥିବା ମହିଳାମାନଙ୍କୁ “ସାବାସ୍ ସୁଭଦ୍ରା” ଆଖ୍ୟା ଦିଆଯାଇ ସମ୍ୱର୍ଦ୍ଧିତ କରାଯିବ ।
ଏଣିକି ସୁଭଦ୍ରା ଯୋଜନାରେ ସାମିଲ ହେବେ କଲେଜ ଛାତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











