ଭୁବନେଶ୍ୱର : ବ୍ୟବସାୟୀ ଓ ଦୋକାନୀମାନଙ୍କୁ ଓଡ଼ିଶା ସରକାରଙ୍କ ଚେତାବନୀ । ଯଦି ସେମାନେ ନିଜ ଦୋକାନରେ ବା ବ୍ୟବସାୟିକ ପ୍ରତିଷ୍ଠାନରେ ଥିବା ସାଇନବୋର୍ଡରେ ଓଡ଼ିଆ ଭାଷା ବ୍ୟବହାର ନ କରିବେ, ତେବେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଏ ନେଇ ଏକ ଅଭିଯାନ ଆରମ୍ଭ କରିଛି । ଯେଉଁଥିରେ ସବୁ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ସାଇନବୋର୍ଡ ଲାଗିବା ନିଶ୍ଚିତ କରାଯିବ । ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା । ମନ୍ତ୍ରୀ କହିଛନ୍ତି ଯେ ମାତୃଭାଷା ଏକ ରାଜ୍ୟର ଅସ୍ତିତ୍ୱ ଓ ଭବିଷ୍ୟତ ପାଇଁ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ଲାଗି ସରକାର ବିଶେଷ ପଦକ୍ଷେପ ନେଉଛନ୍ତି। ସରକାରୀ ସୂଚନା ଅନୁସାରେ, ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ (୧୯୫୬) ଅନୁଯାୟୀ ସାଇନବୋର୍ଡ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ। ଏହାକୁ ଉଲ୍ଲଂଘନ କଲେ ମାମଲା ରୁଜୁ ହୋଇପାରେ ଓ ଜୋରିମାନା ଲାଗିବ।
ଏଥର ଓଡିଆରେ ସାଇନବୋର୍ଡ ନ ଲେଖିଲେ ହେବ କାର୍ଯ୍ୟାନୁଷ୍ଠାନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଜଳିଗଲା ୩ ମହଲା ଘର
ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...
ବିହାର ପାଇଁ ଜେଡିୟୁର ପ୍ରାର୍ଥୀ ଘୋଷଣା
ବିହାର : ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୭ ଜଣଙ୍କ ନାଁ । ଚିରାଗ ପାଶୱାନ ଦାବି କରୁଥିବା ୪ଟି ସିଟରେ ପ୍ରାର୍ଥୀ ଦେଲା ଜେଡିୟୁ ।...
ନାଣ୍ଡୁ ଅପରାଧି ଚରିତ୍ରର ବ୍ୟକ୍ତି ; ଭକ୍ତ ଦାସ
ଭୁବନେଶ୍ୱର : କଂଗ୍ରେସ ଭବନ ବାହାରେ ହାଇଡ୍ରାମାକୁ ନେଇ ପିସିସି ସଭାପତିଙ୍କ ସ୍ପଷ୍ଟ ମତ । ନାଣ୍ଡୁ ଧଳ ଜଣେ ଅପରାଧିକ ଚରିତ୍ରର ବ୍ୟକ୍ତି । ସେ...
ସ୍କୁଲ ବସ-ବାଇକ ମୁହାଁମୁହିଁ ଧକ୍କା , ବାଇକ ଚାଳକ ମୃତ
ଉମରକୋଟ : ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର...