ଭୁବନେଶ୍ୱର : ବ୍ୟବସାୟୀ ଓ ଦୋକାନୀମାନଙ୍କୁ ଓଡ଼ିଶା ସରକାରଙ୍କ ଚେତାବନୀ । ଯଦି ସେମାନେ ନିଜ ଦୋକାନରେ ବା ବ୍ୟବସାୟିକ ପ୍ରତିଷ୍ଠାନରେ ଥିବା ସାଇନବୋର୍ଡରେ ଓଡ଼ିଆ ଭାଷା ବ୍ୟବହାର ନ କରିବେ, ତେବେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଏ ନେଇ ଏକ ଅଭିଯାନ ଆରମ୍ଭ କରିଛି । ଯେଉଁଥିରେ ସବୁ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ସାଇନବୋର୍ଡ ଲାଗିବା ନିଶ୍ଚିତ କରାଯିବ । ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା । ମନ୍ତ୍ରୀ କହିଛନ୍ତି ଯେ ମାତୃଭାଷା ଏକ ରାଜ୍ୟର ଅସ୍ତିତ୍ୱ ଓ ଭବିଷ୍ୟତ ପାଇଁ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ଲାଗି ସରକାର ବିଶେଷ ପଦକ୍ଷେପ ନେଉଛନ୍ତି। ସରକାରୀ ସୂଚନା ଅନୁସାରେ, ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ (୧୯୫୬) ଅନୁଯାୟୀ ସାଇନବୋର୍ଡ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ। ଏହାକୁ ଉଲ୍ଲଂଘନ କଲେ ମାମଲା ରୁଜୁ ହୋଇପାରେ ଓ ଜୋରିମାନା ଲାଗିବ।
ଏଥର ଓଡିଆରେ ସାଇନବୋର୍ଡ ନ ଲେଖିଲେ ହେବ କାର୍ଯ୍ୟାନୁଷ୍ଠାନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











