ଭୁବନେଶ୍ୱର : ବ୍ହୁ ଚର୍ଚ୍ଚିତ ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା କେଳେଙ୍କାରୀର ତଦନ୍ତ ଭାର ସିବିଆଇକୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପୋଲିସ ସବ୍-ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ସମ୍ବନ୍ଧିତ ଦୁର୍ନୀତିର ଚେର ବିଭିନ୍ନ ରାଜ୍ୟକୁ ବ୍ୟାପିଛି । ଏଥିରେ ଆନ୍ତଃରାଜ୍ୟ ଅପରାଧୀ ସଂଗଠନଙ୍କ ସଂପୃକ୍ତି ଥିବାର ସନ୍ଦେହ କରାଯାଉଛି । ତେଣୁ ମାମଲାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସିଆଇଡିକୁ ଦିଆଯାଇଛି।
Views: 80











