ଭୁବନେଶ୍ୱର : ଓଟିଇଟି ପ୍ରଶ୍ନ ପତ୍ର ଲିକ ଘଟଣାରେ ଆଉ ଜଣେ ଗିରଫ । କଳାହାଣ୍ଡିର ଜଣେ ଶିକ୍ଷକଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଏବେ ଆଉ ଜଣକୁ ମାରାଥନ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ । ପ୍ରଶ୍ନପତ୍ର ଲିକ ଘଟଣାରେ ଗିରଫ ହେଲେଣି ମୋାଟ ୭ ଜଣ । ଆଗରୁ ୪ ଶିକ୍ଷକଙ୍କ ସମେତ ୬ ଜଣଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ମାଧ୍ୟମିକ ଶିକ୍ଷା ପରିଷଦର ଜଣେ ଡାଟା ଏଣ୍ଟ୍ରି ଅପରେଟର କିଙ୍ଗପିନ ହୋଇଥିବା ବେଳେ ଘଟଣାରେ ଗତ ୩୦ ତାରିଖରେ ୬ ଜଣଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ।
ଗିରଫଦାରୀ ମଧ୍ୟରେ ଶିକ୍ଷକ ଓ ପେଷାଦାର ଭାଇରଲକାରୀ ମଧ୍ୟ ଥିଲେ । ପୂର୍ବରୁ ଗିରଫ ହୋଇଛନ୍ତି ଜିତନ ମହାରଣା, ବିଜୟ କୁମାର ମିଶ୍ର, ସନାତନ ବିଶୋଇ, ରାମଜୀ ପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ ଓ ଜୟନ୍ତ କୁମାର ରାଉତ । ମୁଖ୍ୟ ଅଭିଯୁକ୍ତ ଜିତନ ମହାରଣା ହିଁ ପ୍ରଶ୍ନ ପତ୍ର ଭାଇରାଲ କରିଥିଲେ। ଏଥିରେ ମନିଟ୍ରେଲ ମଧ୍ୟ ହୋଇଛି ହୋଇଛି ବୋଲି କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି । ଜିତନ ମହାରଣା ପତ୍ନୀଙ୍କ ଆକାଉଣ୍ଟକୁ ଆସିଥିଲା ୨ ଲକ୍ଷ ୫୦ ହଜାର ଟଙ୍କା । ଏପରିକି ପର୍ଜ୍ୟାପ୍ତ ପରିମାଣର କ୍ୟାସ କାରବାର ହୋଇଥିବା ନେଇ କ୍ରାଇମବ୍ରାଞ୍ଚ ଅନୁମାନ କରୁଛି ବୋଲି କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇଥିଲେ। ରାଜ୍ୟ ବ୍ୟାପି ଏହି ପ୍ରଶ୍ନପତ୍ର ଭରାରାଲ ହୋଇଥିଲା ଏବଂ ବୋର୍ଡ ଅଫିସର ଉପସଭାପତି ନିହାର ମହାନ୍ତିଙ୍କ ଲ୍ୟାପଟପରୁ ଏହି ପ୍ରଶ୍ନପତ୍ର ଚୋରି ହୋଇଥିଲା ବୋଲି କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇଥିଲେ ।
ଓଟିଇଟି ପ୍ରଶ୍ନପତ୍ର ଲିକ : ଆଉ ଜଣେ ଗିରଫ

Facebook
Twitter
LinkedIn
Facebook
Twitter
LinkedIn
Recent News
ପ୍ରଜଲ ରେଭନାଙ୍କୁ ଆଜୀବନ
ବେଙ୍ଗାଲୁର : ଜେଡି(ଏସ) ନେତା ପୂର୍ବତନ ସାଂସଦ ପ୍ରଜଲ ରେଭନାଙ୍କୁ ଆଜୀବନ । ବେଙ୍ଗାଲୁରୁ ସ୍ପେଶାଲ କୋର୍ଟ ଆଜୀବନ କାରାଦଣ୍ଡା ଦେଶ ଦେଲେ । କୋର୍ଟ ଅଗଷ୍ଟ...
ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ
ଭୁବନେଶ୍ୱର : ପିଏମ ପୋଷଣ ସ୍କିମରେ ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା , ସେହିଦିନ ଫଳ...
ମଧୁମେହ ରୋଗୀଙ୍କ ପାଇଁ ଲାଭଦାୟକ ଏହି ଡାଲି
ବ୍ୟୁରୋ : ମୁଗ ଡ଼ାଲି ପ୍ରତ୍ୟେକଙ୍କ ରୋଷେଇ ଘରେ ମିଳିଥାଏ । ଏହା କେବଳ ଖାଇବା ପାଇଁ ସ୍ୱାଦିଷ୍ଟ ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ଦୃଷ୍ଟିରୁ ମଧ୍ୟ...
ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା
ଭୁବନେଶ୍ୱର : ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା । ମାରପିଟ୍ କଲେ, ଯାହା ପାରିଲେ ଭାଙ୍ଗିଲେ । ଫୁଲ କୁଣ୍ଡଠାରୁ ଆରମ୍ଭ କରି କଂପ୍ୟୁଟର, କବାଟ ଆଦି...