କଟକ : ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଛି । ବୋର୍ଡ ଅଫିସ କର୍ମଚାରୀଙ୍କୁ ହୋଇଛି ପଚରାଉଚରା । କେମିତି ପାସ୍ ୱାର୍ଡ ମିଳିଲା ଚାଲିଛି ତଦନ୍ତ । ଏହି ଘଟଣାରେ ଗିରଫ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ସମସ୍ତ ଦିଗକୁ ନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ।୭ ଜଣଙ୍କଠାରୁ କାହାପାଖକୁ ପ୍ରଶ୍ନପତ୍ର ଯାଇଛି ତଦନ୍ତ ହେଉଛି । ସମସ୍ତଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ହେବ ବୋଲି କ୍ରାଇମବ୍ରାଞ୍ଚ DIG ସୂଚନା ଦେଇଛନ୍ତି । ମାଧ୍ୟମିକ ଶିକ୍ଷା ପରିଷଦର ଜଣେ ଡାଟା ଏଣ୍ଟ୍ରି ଅପରେଟର କିଙ୍ଗପିନ ହୋଇଥିବା ବେଳେ ଘଟଣାରେ ଗତ ୩୦ ତାରିଖରେ ୬ ଜଣଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଗତ ୨୦ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା ହେବାର ଥିଲା । ଏହାପୂର୍ବରୁ ଗତ ୧୯ ତାରିଖ ରାତିରେ ଭାଇରାଲ ହୋଇଥିଲା ପ୍ରଶ୍ନପତ୍ର ।
Views: 21