ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୩ ଦିନିଆ ଗସ୍ତରେ ଆସୁଛନ୍ତି ମମତା ବାନାର୍ଜୀ। ଆଜି ପୁରୀରେ ରାତ୍ରୀଯାପନ କରିବେ। ନିର୍ମାଣ ନିବାସରେ ରାତ୍ର ରହଣି କରିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଆସନ୍ତାକାଲି ନିଜ କୌଳିକ ପଣ୍ଡା ତଥା ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ର ଓ ରାଜେଶ ଦାସମହାପାତ୍ରଙ୍କ ସହିତ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିବେ।
ଏହା ସହିତ ବେଢ଼ା ପରିକ୍ରମା କରି ମହାପ୍ରଭୁଙ୍କ ପାଇଁ ଧୂଜା ଓ ପୂଜା କାର୍ୟ୍ୟ ସମାପନ କରି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିବେ। ପରେ ବଳିଆପଣ୍ଡା ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଗେଷ୍ଟ ହାଉସ ପାଇଁ କ୍ଷେତ୍ର ପରିଦର୍ଶନ କରିବେ। ମମତା ବାନାର୍ଜୀଙ୍କ ଶ୍ରୀମନ୍ଦିର ଦର୍ଶନ ସମୟରେ ତାଙ୍କ ସହ ତାଙ୍କର କୌଳିକ ଗୁରୁ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର ମଧ୍ୟ ଉପସ୍ଥିତ ରହିବେ। ୨୨ତାରିଖରେ ଶ୍ରୀମନ୍ଦିରରେ ବନକ ଲାଗି ସ୍ୱତନ୍ତ୍ର ନୀତି ଥିବାରୁ ମମତାଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷତ କରିବା କାର୍ୟ୍ୟକ୍ରମ ରହିଛି। ଏହାପରେ ପଶ୍ଚିମବଙ୍ଗ ଫେରିଯିବେ ମମତା ବାନାର୍ଜୀ।
ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











