କୋଲକତା : ପଶ୍ଚିମବଙ୍ଗ ଦୁର୍ଗାପୁରର ଏକ ମେଡିକାଲ କଲେଜ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ । ଅବସ୍ଥା ଗୁରୁତର ଥିବାରୁ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ । ଡିନର ପାଇଁ ଯାଇଥିବା ବେଳେ କଲେଜ ବାହାରେ ଗଣ ଦୁଷ୍କର୍ମ ଅଭିଯୋଗ । ପୀଡିତ ଛାତ୍ରୀ ଜଣଙ୍କ ଜଳେଶ୍ୱର ଅଞ୍ଚଳର ହୋଇଥିବା ସୂଚନା । ରଜି କର ମେଡିକାଲର ଘଟଣା ମନରୁ ନ ଲିଭୁଣୁ ପୁଣି ଏକ ଘଟଣା ସାମ୍ନାକୁ ଆସିଛି । ଯାହା ଚାଞ୍ଚଲ୍ୟ ସୃଷ୍ଟି କରିଛି । ଗତ ୨୦୨୪ରେ କୋଲକତାରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ସାରା ଦେଶରେ ଚହଳ ସୃଷ୍ଟି କରିଥିଲା । ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳିଥିଲା । ନ୍ୟାୟ ଦାବିରେ ଆରଜି କର ମେଡିକାଲ ପରିସରରେ ନର୍ସିଂ ଷ୍ଟାଫ ବିକ୍ଷୋୠ ପ୍ରଦର୍ଶନ କରିଥିଲେ । ଡାକ୍ତରୀ ଛାତ୍ରଛାତ୍ରୀମାନେ ମଧ୍ୟ ବିରୋଧ ପ୍ରଦର୍ଶନ କରି ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ଦାବି କରିଥିଲେ । ଆରଜି କର ମେଡିକାଲ କଲେଜର ପ୍ରିନ୍ସିପାଲଙ୍କ କାର୍ୟ୍ୟାଳୟକୁ ଘେରାଉ କରିଥିଲେ ଡାକ୍ତରୀ ଛାତ୍ରଛାତ୍ରୀ । ଅଭିଯୁକ୍ତଙ୍କୁ କଠୋରରୁ କଠୋର ଦଣ୍ଡ ଦେବା ସହ ସ୍ୱାସ୍ଥ୍ୟ ସେବାରେ ଥିବା କର୍ମଚାରୀଙ୍କୁ ସୁରକ୍ଷା ସୁନିଶ୍ଚିତ କରିବାକୁ ଦାବି କରିଥିଲେ ।
ଓଡିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











