The Ultimate Managed Hosting Platform
ADVERTISEMENT

ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !

Facebook
Twitter
LinkedIn

ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ ଖାଇବା ଦ୍ବାରା ଶରୀରରେ ରୋଗପ୍ରତିଶୋଧକ କ୍ଷମତା ବଢ଼ିଥାଏ । ଏଥି ସହ ରସୁଣରେ ଥିବା ଆଲିସିନ୍ ନାମକ ଅଣ୍ଟିବାୟୋଟିକ୍ ଶରୀରକୁ ବିଭିନ୍ନ ରୋଗରୁ ମୁକ୍ତ ରଖିଥାଏ । ଏଥି ସହ ଜାଣିରଖନ୍ତୁ ଯେ, ଆୟୁର୍ବେଦରେ ରସୁଣକୁ ବିଭିନ୍ନ ରୋଗର ଔଷଧ ଭାବରେ ବ୍ୟବହାର କରାଯାଏ । ରସୁଣରେ ଆଣ୍ଟିସେପ୍ଟିକ୍, ଆଣ୍ଟିଅକ୍ସିଡାଣ୍ଟ, ଆଣ୍ଟିବ୍ୟାକ୍ଟେରିଆଲ୍, ଆଣ୍ଟିଭାଇରାଲ୍ ଏବଂ ଆଣ୍ଟିଫଙ୍ଗାଲ୍ ଗୁଣ ପ୍ରଚୁର ପରିମାଣରେ ରହିଥାଏ । ରସୁଣ ଆମକୁ ଅନେକ ରୋଗରୁ ରକ୍ଷା କରିବାରେ ସାହାଯ୍ୟ ମଧ୍ୟ କରିଥାଏ । ରସୁଣର ନିୟମିତ ସେବନ ଦ୍ବାରା କ୍ୟାନ୍ସର ହେବାର ସମ୍ବାବନା ବହୁ ମାତ୍ରାରେ କମ ହୋଇଥାଏ । ନିକଟରେ ହୋଇଥିବା ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଏହା ଦ୍ବାରା କ୍ୟାନ୍ସର ହେବାର ସମ୍ବାବନା ୩୦-୪୦ ପ୍ରତିଶତ କମ ହୋଇଥାଏ । ଏଥିସହ ଉଚ୍ଚରକ୍ତଚାପକୁ ଦୂର କରିବାରେ ମଧ୍ୟ ରସୁଣ ବହୁ ଲାଭଦାୟକ ହୋଇଥାଏ । ଦୈନିକ ରସୁଣ ଖାଇବା ଦ୍ବାରା କୋଲେଷ୍ଟ୍ରଲ କମ ହେବା ସହ ହୃଦଜନିତ ରୋଗର ସମ୍ବାବନା ମଧ୍ୟ କମ ହୋଇଥାଏ । ଏଥି ସହ ଆପଣମାନେ ଜାଣିରଖନ୍ତୁ ଯେ, ରସୁଣ ଖାଇବା ଦ୍ବାରା ଆମ ଶରୀର ସବୁବେଳେ ଗରମ ରହିଥାଏ, ଯାହା ଫଳରେ ଥଣ୍ଡା, କାଶ ଏବଂ ଛିଙ୍କ ଆଦିରୁ ରକ୍ଷା ପାଇବା ପାଇଁ ଏହା ବହୁ ଲାଭକାରୀ ପ୍ରମାଣିତ ହୋଇଥାଏ । ଏଥିରେ ଉପସ୍ଥିତ ଆଣ୍ଟିବ୍ୟାକ୍ଟେରିଆଲ ତତ୍ତ୍ବ ଦାନ୍ତ ଏବଂ ମାଢ଼ି ଯନ୍ତ୍ରଣାରୁ ମଧ୍ୟ ମୁକ୍ତି ଦେଇଥାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login