ଭୁବନେଶ୍ୱର : ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ । କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଦେଲେ ଚିଠି । ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା । ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ । ଅନ୍ୟପଟେ ବିଜେଡି କିନ୍ତୁ ଏପର୍ୟ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନି । ଏ ସମ୍ପର୍କରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କଂଗ୍ରେସର ନେତାମାନେ ଏ ନେଇ ବିଜେଡି ସହ ଆଲୋଚନା କରିନାହାନ୍ତି । ହେଲେ ଆମେ ଆମ ପ୍ରସଙ୍ଗ ବିଧାନସଭାରେ ଉଠାଇବୁ । ତେବେ ମୋହନ ସରକାର ବିରୋଧରେ ଅନାସ୍ଥା ଆଣିବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି । ଅନ୍ୟପଟେ ଅନାସ୍ଥା ଆଣିଲେ କଂଗ୍ରେସ ଲୋକହସା ହେବ । ସଂଖ୍ୟା ନଥାଇ ଅନାସ୍ଥା ଆଣିବା, କେବଳ ଗଣମାଧ୍ୟମରେ ଚର୍ଚ୍ଚାରେ ରହିବାକୁ କଂଗ୍ରେସର ଏକ ଷ୍ଟଣ୍ଟ ବୋଲି କହିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ।
କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...