ଭୁବନେଶ୍ୱର :କନିଷ୍ଠ ଶିକ୍ଷକ (ସ୍କେମାଟିକ)ଙ୍କର ଦରମା ବଢିଲା । ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି । ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲର ଶିକ୍ଷକଙ୍କୁ ମିଳିବ ବର୍ଦ୍ଧିତ ଦରମା । ମାସିକ ୧୧ ହଜାର ଟଙ୍କା ବଦଳରେ ବର୍ଦ୍ଧିତ ୧୬ ହଜାର ପାଇବେ । ସମଗ୍ର ଶିକ୍ଷା ସ୍କିମ ଅନୁସାରେ ବର୍ଦ୍ଧିତ ଦରମା ପାଇବେ । ଆଜିଠାରୁ ବର୍ଦ୍ଧିତ ଦରମା ମିଳିବା ନେଇ ସ୍ପଷ୍ଟ କଲେ ସରକାର । ପ୍ରସ୍ତାବରେ ଉଲ୍ଲେଖ କରାଯାଇଛି, ସରକାର ସତର୍କତାର ସହିତ ବିଚାର କରିବା ପରେ ସମଗ୍ର ଶିକ୍ଷା ଯୋଜନାରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିୟୋଜିତ କନିଷ୍ଠ ଶିକ୍ଷକଙ୍କ ମାସିକ ଦରମା ବୃଦ୍ଧି କରିଛନ୍ତି। ଏନେଇ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି ଯେ, ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟରେ କାମ କରୁଥିବା କନିଷ୍ଠ ଶିକ୍ଷକ (ସ୍କିମାଟିକ)ଙ୍କ ଦରମା ୧୧,୦୦୦ ରୁ ୧୬,୦୦୦କୁ ବୃଦ୍ଧି କରାଯାଇଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି। ଏହି ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବ।
କନିଷ୍ଠ ଶିକ୍ଷକଙ୍କ ଦରମା ବଢିଲା

Facebook
Twitter
LinkedIn
Facebook
Twitter
LinkedIn
Recent News
ଜନ୍ମବେଦୀକୁ ଯିବେ ଶ୍ରୀଜିଉ
ପୁରୀ : ଆଉ କିଛି ସମୟ ପରେ ଶ୍ରୀଜିଉଙ୍କ ଆଡପ ମଣ୍ଡପ ବିଜେ । ଅଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂରତି । ଗୋଟି ପହଣ୍ଡିରେ ଜନ୍ମବେଦୀକୁ...
ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ
ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...
ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ
ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...
ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡିଶା ପୋଲିସର ସୂଚନା, ୨ ଘଣ୍ଟାରୁ ଉଦ୍ଧ୍ୱର୍ ଅପେକ୍ଷା କରିବାକୁ ପଡିପାରେ
ପୁରୀ : ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡିଶା ପୋଲିସର ଜରୁରୀ ସୂଚନା । ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ଏକ୍ସ ଜରିଆରେ ସୂଚନା । ଦୁଇ...