ନୂଆଦିଲ୍ଲୀ : କମିଲା ପେଟ୍ରୋଲ ଓ ଡିଜେଲ ଦର । ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ଦେଲେ ଆଶ୍ୱସ୍ତି । ଲିଟର ପିଛା ୨ ଟଙ୍କ।। ଲେଖାଁଏ ହ୍ରାସ କରିଛନ୍ତି କେନ୍ଦ୍ର ସରକାର । ଆଜିଠାରୁ ଏହି ନୂଆ ଦର ଲାଗୁ ହୋଇଛି । ପାଖାପାଖି ୨ ବର୍ଷ ପରେ ତେଲ ଦର କମିଛି । ଯାହା ଅନେକଙ୍କୁ ଆଶ୍ୱସ୍ତି ଆଣିଦେବ ବୋଲି ଆଶା କରାଯାଉଛି । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ପୁରୀ ସୋସିଆଲ ମିଡିଆ ଏକ୍ସରେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ଏଥିରେ ସେ ଲେଖିଛନ୍ତି, ଦେଶର କୋଟି କୋଟି ପରିବାରର ସ୍ୱାର୍ଥକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ନିଷ୍ପତ୍ତି ନେଇଛନ୍ତି ।
Views: 81











