The Ultimate Managed Hosting Platform
ADVERTISEMENT

କାର୍ଯ୍ୟରେ ଯୋଗଦେଲେ ଆଇଏଏସ ସୁଜାତା କାର୍ତ୍ତିକେୟନ

Facebook
Twitter
LinkedIn

ଭୁବନେଶ୍ୱର : ଜଏନ୍ କଲେ ସୁଜାତା କାର୍ତ୍ତିକେୟନ । କାର୍ଯ୍ୟରେ ଯୋଗଦେଲେ ଆଇଏଏସ ସୁଜାତା କାର୍ତ୍ତିକେୟନ । ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗଦେଲେ ସୁଜାତା । ସୂଚନା ଥାଉକି ଆଜି ତାଙ୍କର ଛୁଟି ଅବଧି ଶେଷ ହୋଇଛି । ସେ ୬ମାସ ପାଇଁ ଛୁଟିରେ ରହିଥିଲେ । ଛୁଟି ଅବଧି ଶେଷ ହେବା ପୂର୍ବରୁ ସେ ପୁଣି ରାଜ୍ୟ ସରକାରଙ୍କ ନିକଟରେ ପୁଣି ୬ମାସ ପାଇଁ ଛୁଟି ଆବେଦନ କରିଥିଲେ । ହେଲେ ରାଜ୍ୟ ସରକାର ତାଙ୍କ ଆବେଦନକୁ ଅଗ୍ରାହ୍ୟ କରି ତୁରନ୍ତ କାର୍ୟ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଥିଲେ । ନିର୍ବାଚନ ବେଳେ ସେତେବେଳର ବିରୋଧୀ ବିଜେପି ତାଙ୍କ ନାମରେ ସଂଗୀନ ଅଭିଯୋଗ ଆଣିଥିଲା । ନିର୍ବାଚନ କମିଶନଙ୍କ ପାଖରେ ବିଜେପି ଅଭିଯୋଗ କରିଥିଲା କି ସୁଜାତା ସରକାରୀ ଚାକିରିରେ ରହି ସେତେବେଳେର ଶାସକ ଦଳ ବିଜେଡି ପାଇଁ କାମ କରୁଛନ୍ତି । ଏହାପରେ ସୁଜାତାଙ୍କୁ ମିଶନ ଶକ୍ତି ଦାୟିତ୍ୱରୁ ବାହାର କରି ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦେଇଥିଲେ । ଦାୟିତ୍ୱ ନେବାର କିଛିଦିନ ପରେ ସେ ୬ମାସ ପାଇଁ ତକ୍ରାଳ ଛୁଟିରେ ଯାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login