ଭୁବନେଶ୍ୱର : କାଲି ଅପରାହ୍ନ ୪ଟାରେ ବାଜିବ ମକ ଡିଲ ସାଇରନ । ସୂଚନା ଦେଲେ ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀ । କାଲିଠୁ ପର୍ଯ୍ୟାୟକ୍ରମେ ସପ୍ତାହେ ଧରି କାର୍ଯ୍ୟକ୍ରମ ଚାଲିବ । କାଲି ଉପକୂଳବର୍ତ୍ତୀ ଜିଲ୍ଲା, ସହରାଞ୍ଚଳରେ ହେବ ମକଡ୍ରିଲ । ଶତ୍ରୁ ପକ୍ଷ ବିମାନ ଆକ୍ରମଣ କଲେ କଣ କରାଯିବ ଜଣାଇ ଦିଆଯିବ । ସତର୍କ କରିବା ସହ ୫ ମିନିଟ୍ ବାଜିବ ସାଇରନ୍ । ଏ କ ସପ୍ତାହ ପର୍ୟ୍ୟନ୍ତ ଚାଲିବ ମକଡ୍ରିଲ । ଶତ୍ରୁବିମାନ ଆକ୍ରମଣ କଲେ କିଭଳି ପ୍ରସ୍ତୁତ ରହିବାକୁ ହେବ ଜଣାଇ ଦିଆଯିବ । ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ଏହି ସୂଚନା ଦେଇଛନ୍ତି ।
ଆସନ୍ତାକାଲି ପ୍ରତିରକ୍ଷା ପ୍ରସ୍ତୁତି ଡ୍ରିଲ କରିବେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ। ମକ୍ ଡ୍ରିଲ ପାଇଁ ନିର୍ଦ୍ଦେଶ ଦେଇଛି ଗୃହ ମନ୍ତ୍ରାଳୟ । ଦେଶରେ ଚିହ୍ନଟ ୨୫୯ ସିଭିଲ ଡିଫେନ୍ସ ଜିଲ୍ଲାଗୁଡିକରେ ହେବ ମକ ଡ୍ରିଲ୍ । ସେଥିରୁ ଓଡ଼ିଶାର ୧୨ଟି ଜିଲ୍ଲା ରହିଛି । କ୍ୟାଟାଗୋରୀ ୧ରେ ତାଳଚେର ରହିଛି । କ୍ୟାଟାଗୋରୀ ଦୁଇରେ ଅଛି ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର, ଗୋପାଳପୁର, ହୀରାକୁଦ, ପାରାଦୀପ ଓ ରାଉରକେଲା । କ୍ୟାଟାଗୋରୀ ଥ୍ରୀରେ ରହିଛି ଭଦ୍ରକ, ଢେଙ୍କାନାଳ, ଜଗତସିଂପୁର ଓ କେନ୍ଦ୍ରାପଡ଼ା ।
କାଲି ୪ଟାରେ ବାଜିବ ସାଇରନ, ୧୨ଟି ସ୍ଥାନରେ ହେବ ମକଡ୍ରିଲ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











